ପୁରୀ ଡାକ୍ତରଖାନାରେ ପୁଣି ଡାକ୍ତରଙ୍କୁ ଆକ୍ରମଣ ଅଭିଯୋଗ : ପ୍ରତିବାଦରେ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

33

ପୁରୀ ବ୍ୟୁରୋ, କନକ ନ୍ୟୁଜ୍ : ପୁରୀ ଡାକ୍ତରଖାନାରେ ପୁଣି ଡାକ୍ତରଙ୍କୁ ଆକ୍ରମଣ ଅଭିଯୋଗ । ଚିକିତ୍ସା ଅବହେଳା ଯୋଗୁଁ ଯୁବକଙ୍କ ମୃତ୍ୟୁକୁ ନେଇ ଡାକ୍ତରଙ୍କୁ ମୃତକଙ୍କ ସମ୍ପର୍କୀୟ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ପ୍ରତିବାଦରେ ଡାକ୍ତରମାନେ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଛନ୍ତି । ଡାକ୍ତରଙ୍କ ସୁରକ୍ଷା ଦାବି କରିଛନ୍ତି ସିଡିଏମଓ । ସୁରକ୍ଷା ନମିଳିଲେ ରଥ ଯାତ୍ରା ସମୟରେ ସହ ଯୋଗ କରିବେ ନାହିଁ ବୋଲି ଚେତାବନୀ ଦେଇଛନ୍ତି ଆନ୍ଦୋଳନରତ ଡାକ୍ତର ।