ଖୁବ ଶୀଘ୍ର ୩ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା ହେବ : କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ

82

କନକ ବ୍ୟୁରୋ : ତିନି ରାଜ୍ୟର ମୁଖ୍ୟମନ୍ତ୍ରୀ କିଏ ହେବ ସେନେଇ ଏବେ ପର୍ଯ୍ୟନ୍ତ ସସପେନ୍ସ ଜାରି ରହିଛି । ତିନି ରାଜ୍ୟର ମୁଖ୍ୟମନ୍ତ୍ରୀ ନାଁ ନେଇ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି । ଖୁବ ଶୀଘ୍ର ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା ହେବ । ଏଥିପାଇଁ ଦଳର କାର୍ଯ୍ୟକର୍ତ୍ତାଙ୍କ ଠାରୁ ପରାମର୍ଶ ନିଆଯାଇଛି । ବିଧାୟକଙ୍କ ସହ ମଧ୍ୟ ଆଲୋଚନା ହୋଇଛି ବୋଲି କହିଛନ୍ତି କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ।

ସୂଚନାଯୋଗ୍ୟ ମଧ୍ୟପ୍ରଦେଶ ଏବଂ ରାଜସ୍ଥାନରେ କିଏ ହେବ କଂଗ୍ରେସର ମୁଖ୍ୟମନ୍ତ୍ରୀ ତାକୁ ନେଇ ଦ୍ୱନ୍ଦ୍ୱ ଦେଖା ଦେଇଛି । ରାଜସ୍ଥାନରେ ଦୁଇ ଆଶାୟୀ । ଜଣେ ଦଳର ବରିଷ୍ଠ ନେତା ଅଶୋକ ଗେହଲୋତ, ଆଉ ଜଣେ ଯୁବ ଚେହେରା ସଚିନ ପାଇଲଟ୍ । ଉଭୟ ନେତାଙ୍କ ସମର୍ଥକମାନେ ନିଜ ନେତାଙ୍କୁ ମୁଖ୍ୟମନ୍ତ୍ରୀ କରିବାକୁ ଦାବି କରୁଛନ୍ତି । ମଧ୍ୟପ୍ରଦେଶରେ ବି ସମାନ ସ୍ଥିତି । କମଲନାଥ ଏବଂ ଜ୍ୟୋତିରାଦିତ୍ୟ ସିନ୍ଧିଆ ମୁଖ୍ୟମନ୍ତ୍ରୀ ଦୌଡରେ ଅଛନ୍ତି । ମଧ୍ୟପ୍ରଦେଶରେ କମଲନାଥ ଆଗୁଆ ଥିବାବେଳେ ରାଜସ୍ଥାନରେ ଅଶୋକ ଗେହଲଟ ମୁଖ୍ୟମନ୍ତ୍ରୀ ଦୌଡରେ ଆଗୁଆ ଅଛନ୍ତି ।