ସନ୍ଧ୍ୟା ସୁଦ୍ଧା ୯ଟି ଜିଲ୍ଲାରେ ଘଡ଼ଘଡ଼ି ସହ ହାଲକା ବର୍ଷା ସମ୍ଭାବନା : ଘଣ୍ଟା ପ୍ରତି ୩୦ରୁ ୪୦କିମି ବେଗରେ ବହିବ ପବନ

397

କନକ ବ୍ୟୁରୋ : ଆଜି ସନ୍ଧ୍ୟାରେ ୯ଟି ଜିଲ୍ଲାରେ ଘଡ଼ଘଡ଼ି ସହ ହାଲକା ବର୍ଷା ହେବାର ଆଶଙ୍କା ରହିଛି । ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦କିମି ରହିପାରେ ବୋଲି ରବିବାର ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, ଅନୁଗୁଳ, ମୟୂରଭଞ୍ଜ ଓ କେନ୍ଦୁଝର ଆଦି ଜିଲ୍ଲାର କେତେକ ସ୍ଥାନରେ ସନ୍ଧ୍ୟାରେ ବିଜୁଳି ଓ ଘଡ଼ଘଡ଼ି ସହ ସାମାନ୍ୟ ବର୍ଷା ହେବାର ଆଶଙ୍କା ରହିଛି ।

କାଳବୈଶାଖୀ ବର୍ଷା ସହ ବଜ୍ରପାତ ଆଶଙ୍କା ଥିବା ହେତୁ ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, ଅନୁଗୁଳ, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର ବାସିନ୍ଦାମାନଙ୍କୁ ସେ ସମୟରେ ସତର୍କ ରହିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ୨୪ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ସହ ଧୂଳିଝଡ଼ ଓ ହାଲକା ବର୍ଷାର ସମ୍ଭାବନା ରହିଛି । ୨୪ ପରେ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।