ଲଘୁଚାପ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା : ପାଣିପାଗ ବିଭାଗର ଆକଳନ,ଆହୁରି ବର୍ଷିବ ୩ରୁ ୪ ଦିନ

34

କନକ ବ୍ୟୁରୋ : ଓଡିଶା ଉପକୂଳରେ ସୃଷ୍ଟି ହୋଇଥିବା ଳଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା ଲାଗି ରହିଛି । ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ । ଉତର ପଶ୍ଚିମ ବଙ୍ଗୋପସାଗରରେ ୨ଟି ଲଘୁଚାପ ସୃଷ୍ଟି ହୋଇଛି । ମତ୍ସଜୀବୀଙ୍କୁ ସମୁୂଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି । ଝିପିଝିପି ବର୍ଷା ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇଛି । ଲଗାଣ ବର୍ଷା ଫଳରେ ବିଭିନ୍ନ ନଦୀର ଜଳସ୍ତର ମଧ୍ୟ ବୃଦ୍ଧି ପାଇଛି ।