ଆଜି ରାତି ୧୦ଟା ଭିତରେ ରାଜ୍ୟର ୧୭ଟି ଜିଲ୍ଲାରେ ବର୍ଷା ଆଶଙ୍କା ! ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା

456

କନକ ବ୍ୟୁରୋ : ଟ୍ରାପ୍ ଲାଇନ୍ ପ୍ରଭାବରେ ଆସନ୍ତା ୪୮ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାରେ କାଳବୈଶାଖୀ ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ । ଓଡ଼ିଶାର ଭୁବନେଶ୍ୱରରେ ସର୍ବାଧିକ ତାପମାତ୍ରା ୩୯.୦ ଡିଗ୍ରି ସେଲସିୟସ୍ ରେକର୍ଡ କରାଯାଇଥିବା ବେଳେ ମାଲକାନଗିରିରେ ସର୍ବନିମ୍ନ ୧୫.୦ଡିଗ୍ରି ସେଲସିୟସ୍ ତାପମାତ୍ରା ରେକର୍ଡ ହୋଇଛି ।

ଆଜି ରାତି ୧୦ଟା ଯାଏଁ ୧୭ଟି ଜିଲ୍ଲାରେ ବର୍ଷା ଆଶଙ୍କା ରହିଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ, ଢ଼େଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, ମୟୁରଭଞ୍ଜ,ବାଲେଶ୍ୱର, ଦେବଗଡ଼, ଯାଜପୁର, ଭଦ୍ରକ, ଅନୁଗୁଳ, ବଲାଙ୍ଗିର, ବୌଦ୍ଧ, ଝାରସୁଗୁଡା, ସୁନ୍ଦରଗଡ଼, ଖୋର୍ଦ୍ଧା, ନୟାଗଡ଼ ଓ ବରଗଡ଼ ଆଦି ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହିତ ବର୍ଷା ଆଶଙ୍କା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ସେହିପରି ଆସନ୍ତାକାଲି କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଢ଼େଙ୍କାନାଳ, ଅନୁଗୁଳ, ଦେଓଗଡ଼, ସୁନ୍ଦରଗଡ଼ ଆଦି ସ୍ଥାନରେ କାଳବୈଶାଖୀ ଆଶଙ୍କା ରହିଛି । କେନ୍ଦୁଝର,ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଢ଼େଙ୍କାନାଳ, କଟକ, ଅନୁଗୁଳ, କନ୍ଧମାଳ ଆଦି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ଆଶଙ୍କା ରହିଛି । ଗତ ୨ରୁ ୩ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ବୃଦ୍ଧି ପାଇଛି ।  ତେବେ ବର୍ଷା ହେବା ଫଳରେ ତାପମାତ୍ରା ହ୍ରାସ ପାଇବା ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି  ।

୨୬ ଓ ୨୭ ତାରିଖରେ ସୁନ୍ଦରଗଡ଼,ଦେଓଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, କଟକ ଓ ଯାଜପୁର ଆଦି ସ୍ଥାନରେ ବର୍ଷା ଆଶଙ୍କା ରହିଛି । ସେହିପରି ଉପକୂଳ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘୂର୍ଣ୍ଣଝଡ଼ ସହ ବର୍ଷା ହୋଇପାରେ । ଏଥିସହିତ ଖୋର୍ଦ୍ଧା, ପୁରୀ, ନୟାଗଡ଼, କଳାହାଣ୍ଡି, କନ୍ଧମାଳ, ବାଲାଙ୍ଗିର, ସୋନପୁର, ବୌଦ୍ଧ ଆଦି ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ଆଶଙ୍କା ରହିଛି । ୨୫ରୁ ୨୮ତାରିଖ ପର‌୍ୟ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲ୍ଲାର କାଳବୈଶାଖୀ ବର୍ଷା ହୋଇପାରେ । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି ।