ରାଜ୍ୟର ୧୧ ଜିଲ୍ଲାରେ କାଳବୈଶାଖୀ ବର୍ଷା ସହ କୁଆପଥର ମାଡ଼ ସମ୍ଭାବନା ! ସତର୍କ କଲା ଆଞ୍ଚଳିକ ପାଣିପାଗ ବିଭାଗ

353

କନକ ବ୍ୟୁରୋ : ଆଜିଠାରୁ ଆଗାମୀ ତିନି ଦିନ ଧରି ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ସହ କୁଆପଥର ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଗୁରୁବାର ପୂର୍ବାନୁମାନ କରାଯାଇଛି । ଆଜି ଅନୁଗୁଳ, ସମ୍ବଲପୁର, ଦେଓଗଡ଼, ଢ଼େଙ୍କାନାଳ, ଗଞ୍ଜାମ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡା, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି ।

ଓଡ଼ିଶାର ସୋନପୁରରେ ସର୍ବାଧିକ ତାପମାତ୍ରା ୩୮.୬ ଡିଗ୍ରି ସେଲସିୟସ୍‌ ଥିବା ବେଳେ ସୁନ୍ଦରଗଡ଼ରେ ସର୍ବନିମ୍ନ ୧୬.୫ ଡିଗ୍ରି ସେଲସିୟସ୍‌ ତାପମାତ୍ରା ରହିଛି । ୧୮ ତାରିଖ ପରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ସେହିପରି ରାଜ୍ୟର ଅନେକ ଜିଲ୍ଲାରେ ୧୪, ୧୫, ୧୬ ଓ ୧୭ ତାରିଖ ପର୍ଯ୍ୟନ୍ତକାଳବୈଶାଖୀ ବର୍ଷା ସାଙ୍ଗକୁ କୁଆପଥର ବର୍ଷା ହୋଇପାରେ । କାଳବୈଶାଖୀ ସହିତ ବଜ୍ରପାତ ଆଶଙ୍କା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏନେଇ ଜିଲ୍ଲାର ବାସିନ୍ଦାମାନଙ୍କୁ ସତର୍କ ରହିବାକୁ ବି ପରାମର୍ଶ ଦିଆଯାଇଛି ।