୨୫ ତାରିଖ ସୁଦ୍ଧା ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ : ପ୍ରଭାବରେ ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା

30

କନକ ବ୍ୟୁରୋ : ଉତ୍ତର ବଙ୍ଗୋପସାଗରରେ ୨୫ ତାରିଖ ଅପରାହ୍ନ ସୁଦ୍ଧା ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ପରବର୍ତୀ ସମୟରେ ଏହା ଲଘୁଚାପରେ ପରିଣତ ହେବ । ପ୍ରଭାବରେ ୩ ରୁ ୪ ଦିନ ଧରି ମଧ୍ୟମ ଧରଣର ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ବିଭାଗ ପକ୍ଷରୁ ଆକଳନ କରାଯାଇଛି, ଏବେ ପଶ୍ଚିମ ଓ ଉତ୍ତର ଭାରତ ଉପରେ ୫ରୁ ଅଧିକ ଘୂର୍ଣ୍ଣିବଳୟ ରହିଛି । ଓଡ଼ିଶା ଉପରେ ଏବେ ଏହାର ପ୍ରଭାବ ପଡ଼ିବନି ।

୨୬ ତାରିଖ ଅପରାହ୍ନ ବେଳକୁ ଉତ୍ତର ବଙ୍ଗୋପସାଗର ଉପରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ଉତ୍ତର, ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ୨୬ରୁ ୨୯ ତାରିଖ ଯାଏ ବର୍ଷା ଲାଗିରହିବ। ପବନ ମଧ୍ୟ ହେବ । ୨୬ ତାରିଖରେ ପୁରୀ, ବାଲେଶ୍ୱର, ଜଗତସିଂହପୁର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ାରେ ପ୍ରବଳ ବର୍ଷା ହେବ।ଗତ ୨୪ ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିଥିଲା । ଭୁବନେଶ୍ୱରରେ ସର୍ବାଧିକ ୫.୧ ମିମି ବର୍ଷା ହୋଇଥିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।