କନକ ବ୍ୟୁରୋ : ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । ରାଜ୍ୟର ୧୫ଟି ଜିଲ୍ଲାରେ ୨୨ରୁ ୨୩ ତାରିଖ ମଧ୍ୟରେ ଘଡ଼ଘଡ଼ି ସହ ହାଲକା ବର୍ଷା ହେବାର ଆଶଙ୍କା ରହିଛି। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦କିମି ରହିପାରେ ବୋଲି ବୁଧବାର ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଢ଼େଙ୍କାନାଳ, କନ୍ଧମାଳ, ଗଜପତି, ଗଞ୍ଜାମ, କୋରାପୁଟ, ରାୟଗଡ଼ା, କଳାହଣ୍ଡି, ନବରଙ୍ଗପୁର, ବଲାଙ୍ଗୀର, ସୁନ୍ଦରଗଡ଼, ନୟାଗଡ଼, ବୌଦ୍ଧ ରହିଛି। ଏହି ଜିଲ୍ଲାର କେତେକ ସ୍ଥାନରେ ସନ୍ଧ୍ୟାରେ ବିଜୁଳି ଓ ଘଡ଼ଘଡ଼ି ସହ ସାମାନ୍ୟ ବର୍ଷା ହେବାର ଆଶଙ୍କା ରହିଛି।
Kanak News is now on WhatsApp
Join and get latest news updates delivered to you via WhatsApp
ସେହିପରି ୨୩ରୁ ୨୪ ତାରିଖ ମଧ୍ୟରେ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଢ଼େଙ୍କାନାଳ, ଯାଜପୁର, କଟକ, ନୟାଗଡ଼, ଖୋର୍ଦ୍ଧା, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି ଓ ବୌଦ୍ଧ ଆଦି ଜିଲ୍ଲାରେ କାଳବୈଶାଖୀ ହେବା ସହ ଅନ୍ୟ ସବୁ ସ୍ଥାନରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ୨୪, ୨୫, ୨୬ତାରିଖ ପର୍ଯ୍ୟନ୍ତ କାଳବୈଶାଖୀ ଓ ହାଲକା ବର୍ଷାର ସମ୍ଭାବନା ରହିଛି। ଏହି ସମୟରେ ବିଜୁଳି ଘଡ଼ଘଡ଼ି ବି ମାରିପାରେ । ତେଣୁ ଅନେକ ଜିଲ୍ଲାକୁ ଏନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ୨୬ ତାରିଖ ପରେ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି।