ଦୁର୍ବଳ ହୋଇଛି ବାତ୍ୟା କିନ୍ତୁ ଜାରି ରହିଛି ପ୍ରଭାବ ! ୩୬ ଘଣ୍ଟାରେ ଏହି ସବୁ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ।

52

କନକ ବ୍ୟୁରୋ : ରାଜ୍ୟରେ ଜାରି ରହିଛି ବର୍ଷାର ପ୍ରଭାବ । ବାତ୍ୟା ଡାଏ ଦୁର୍ବଳ ହୋଇଥିଲେ ହେଁ ଏହାର ପ୍ରଭାବରେ ରାଜ୍ୟର ଅଳ୍ପ କେତେଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ରବିବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ ପାଇଛି । ଆଗାମୀ ୩୬ଘଣ୍ଟା ମଧ୍ୟରେ ଦକ୍ଷିଣ ଉପକୂଳ ଓଡ଼ିଶା ଓ ଉତ୍ତର ଆଭ୍ୟନ୍ତର  ଓଡ଼ିଶାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ ହୋଇଛି।

ଘଡ଼ଘଡ଼ି ସହ ବର୍ଷା କେବଳ ଦକ୍ଷିଣ ଉପକୂଳ ଓଡ଼ିଶା ଓ ଉତ୍ତର ଆଭ୍ୟନ୍ତର  ଓଡ଼ିଶା ନୁହେଁ, ବରଂ ଅନ୍ୟ କେତେକ ଜିଲ୍ଲାଗୁଡ଼ିକୁ ମଧ୍ୟ ପ୍ରଭାବିତ କରିବ।ଆଗାମୀ ୩୬ ଘଣ୍ଟା ମଧ୍ୟରେ କେତେକ ସ୍ଥାନରେ ବର୍ଷା ହେବା ସହ ବଜ୍ରପାତ ହେବ।  ଏବେ ସୁଦ୍ଧା ଚାନ୍ଦବାଲିରେ ସର୍ବାଧିକ ତାପମାତ୍ରା ୩୪.୨ ଡିଗ୍ରି ସେଲସିୟସ୍ ରେକର୍ଡ କରାଯାଇଥିବା ବେଳେ ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୧୯.୦ ଡିଗ୍ରି ସେଲସିୟସ୍ ରେକର୍ଡ କରାଯାଇଛି।