ରାଇରଙ୍ଗପୁର : ସଡକ ଦୁର୍ଘଟଣାରେ ମୃତକଙ୍କ ପରିବାରଙ୍କୁ ୨ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

27

କନକ ବ୍ୟୁରୋ : ରାଇରଙ୍ଗପୁରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଖେରଣା ଜଙ୍ଗଲ ନିକଟରେ ବସ୍ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଛି । ଘଟଣାସ୍ଥଳରେ ୫ଜଣଙ୍କର ମୃତ୍ୟୁ ହୋଇଛି । ୫ ଜଣ ଗୁରୁତର ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ବାଦାମପାହାଡ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେଭର୍ତ୍ତି କରାଯାଇଛି । ତେବେ ଯାହା ସୂଚନା ରହିଛି, ବସଟି ଯଶୀପୁରରୁ ରାଇରଙ୍ଗପୁର ଅଭିମୁଖେ ଯାଉଥିଲା ।

ତେବେ ଏହି ଦୁର୍ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୃତକଙ୍କ ପରିବାର ପାଇଁ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ମୃତକଙ୍କ ପରିବାରକୁ ଅନୁକମ୍ପା ମୂଳକ ୨ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିବା ସହ ଆହତଙ୍କୁ ମାଗଣା ଚିକିତ୍ସା ଯୋଗାଇବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।