ବରଗଡରେ କେନ୍ଦ୍ରମନ୍ତ୍ରୀଙ୍କ ଗାଡି ଭଙ୍ଗାରୁଜା ଘଟଣା : କେନ୍ଦ୍ର ଗୃହ ମନ୍ତ୍ରୀ ରାଜନାଥ ସିଂହଙ୍କ ହସ୍ତକ୍ଷେପ

24

ଭୁବନେଶ୍ୱର ବ୍ୟୁରୋ, କନକ ନ୍ୟୁଜ୍ : ଓଡିଶାରେ ଦୁଇ କେନ୍ଦ୍ରମନ୍ତ୍ରୀ ହଟହଟା ହେବା ପରେ ଚୁପ ବସିନାହିଁ ବିଜେପି । ବରଗଡରେ ଦୁଇ କେନ୍ଦ୍ରମନ୍ତ୍ରୀଙ୍କ ଗାଡି ଭଙ୍ଗାରୁଜା ଘଟଣାରେ ହସ୍ତକ୍ଷେପ କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ରାଜନାଥ ସିଂହ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଆଲୋଚନା କରିଛନ୍ତି ରାଜନାଥ । କେନ୍ଦ୍ରମନ୍ତ୍ରୀଙ୍କ ଗାଡି ଉପରକୁ ଢେଲାମାଡ ଘଟଣାରେ କାର୍ଯ୍ୟାନୁଷ୍ଠାନ ନେବା ସହ ଏଭଳି ଘଟଣାର ପୂନରାବୃତି ରୋକିବାକୁ ପରାମର୍ଶ ଦେଇଛନ୍ତି ରାଜନାଥ । ଏନେଇ ଟ୍ୱିଟ କରିଛି କେନ୍ଦ୍ର ଗୃହ ମନ୍ତ୍ରାଳୟ ।