ରାଜ୍ୟସଭା ପାଇଁ ପ୍ରାର୍ଥୀପତ୍ର ଯାଞ୍ଚ ଶେଷ ! ବିଜେଡିର ୩ ପ୍ରାର୍ଥୀଙ୍କ ପ୍ରାର୍ଥୀପତ୍ର କାଏମ

38

କନକ ବ୍ୟୁରୋ : ରାଜ୍ୟସଭା ନିର୍ବାଚନ ପାଇଁ ବିଜେଡିର ୩ ପ୍ରାର୍ଥୀ ପ୍ରଶାନ୍ତ ନନ୍ଦ, ସୌମ୍ୟରଞ୍ଜନ ପଟ୍ଟନାୟକ ଓ ଅଚ୍ୟୁତ ସାମନ୍ତଙ୍କ ପ୍ରାର୍ଥୀପତ୍ର କାଏମ ରହିଛି । ଆଜି ୩ ପ୍ରାର୍ଥୀଙ୍କ ପ୍ରାର୍ଥୀପତ୍ର ଯାଂଚ କରାଯାଇଥିଲା । ଯାଞ୍ଚ ପରେ ବିଜେଡିର ୩ଜଣ ପ୍ରାର୍ଥୀଙ୍କ ପ୍ରାର୍ଥୀପତ୍ର କାଏମ ରହିଛି । ୧୫ତାରିଖ ପ୍ରାର୍ଥୀ ପ୍ରତ୍ୟାହାରର ଶେଷ ଦିନ ରଖାଯାଇଛି ।

ଗତ ସପ୍ତାହରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତରେ ୩ ଜଣ ନାମାଙ୍କନ ପତ୍ର ଦାଖଲ କରିଥିଲେ । ୩ ଜଣ ଯାକ ପ୍ରାର୍ଥୀ ୨ସେଟ୍ ଲେଖାଏଁ ପ୍ରାର୍ଥୀପତ୍ର ଦାଖଲ କରିଥିଲେ । ବିଜେଡିରୁ ରାଜ୍ୟସଭାକୁ ଯାଇଥିବା ଦିଲ୍ଲୀପ ତିର୍କି, ଅନଙ୍ଗ ଉଦୟ ସିଂଦେଓ ଏବଂ ସ୍ୱାଧୀନ ସଦସ୍ୟ ଏ.ଭି ସ୍ୱାମୀଙ୍କ କାର୍ଯ୍ୟକାଳ ଶେଷ ହେଉଛି । ଏପ୍ରିଲ ୩ ତାରିଖରେ ଓଡିଶାର ଏହି ତିନି ରାଜ୍ୟସଭା ସଦସ୍ୟଙ୍କ କାର୍ଯ୍ୟକାଳ ଶେଷ ହେଉଛି । ବିଜେଡିର ବିଧାୟକ ସଂଖ୍ୟା ଦୃଷ୍ଟିରୁ ତିନୋଟି ଆସନରେ ଦଳୀୟ ପ୍ରାର୍ଥୀ ଜିତିବା ଏକପ୍ରକାର ନିଶ୍ଚିତ । ଯଦି ଆଉ କେହି ଆବଶ୍ୟକ ସମର୍ଥକ ସଂଖ୍ୟା ସହ ନାମାଙ୍କନ ଦାଖଲ କରନ୍ତି, ତେବେ ଆସନ୍ତା ୨୩ ତାରିଖରେ ନିର୍ବାଚନ ହେବ । ନଚେତ୍ ଏହି ତିନି ପ୍ରାର୍ଥୀଙ୍କର ରାଜ୍ୟସଭା ସଦସ୍ୟ ହେବା ନେଇ ଆନୁଷ୍ଠାନିକ ଘୋଷଣା ହେବ ।