ଭଦ୍ରକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ରାସ୍ତା ମଝିରେ ସ୍କୁଲ ପିଲାଙ୍କ ଉପରେ ଚଢିଗଲା ଟ୍ରକ, ୫ ମୃତ, ଏକାଧିକ ଆହତ

80

କନକ ବ୍ୟୁରୋ : ଭଦ୍ରକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ସ୍କୁଲ ପିଲାଙ୍କ ଉପରେ ଚଢିଗଲା ଟ୍ରକ । ଭଦ୍ରକର ୧୬ ନମ୍ବର ଜାତୀୟ ରାଜପଥ ରାହାଞ୍ଜ ଛକ ନିକଟରେ ସ୍କୁଲରୁ ଫେରୁଥିବା ଛାତ୍ରଛାତ୍ରୀଙ୍କ ଉପରେ ଟ୍ରକ ଚଢି ଯାଇଛି । ଫଳରେ ଘଟଣାସ୍ଥଳରେ ୫ ଜଣ ପିଲାଙ୍କର ମୃତ୍ୟୁ ଘଟିଛି । ଗୁରୁତର ଅବସ୍ଥାରେ ଏକାଧିକ ସ୍କୁଲ ପିଲାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

ସୂଚନା ଅନୁଯାୟୀ, ଆଜି ସ୍କୁଲ ଛୁଟି ପରେ ଛାତ୍ରଛାତ୍ରୀ ମାନେ ଘରକୁ ଫେରୁଥିବା ବେଳେ ରାସ୍ତା ପାର କରୁଥିବା ବେଳେ ପିଲାଙ୍କ ଉପରେ ଟ୍ରକ ଚଢି ଯାଇଥିଲା । ଆଉ ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଗୁରୁତର ଆହତ ହୋଇଥିବା ଏକାଧିକ ପିଲାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ସମସ୍ତ ମୃତାହତ ରାଣୀତାଲ ହାଇସ୍କୁଲର ଛାତ୍ରଛାତ୍ରୀ ବୋଲି ଜଣାପଡିଛି । ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ୟକ୍ତ ଲୋକମାନେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି ।ଏହାସହ ଦୁର୍ଘଟଣା ଘଟାଇଥିବା ଟ୍ରକକୁ ଜାଳି ଦେଇଛନ୍ତି ଉତ୍ୟକ୍ତ ଲୋକ । ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ପରେ ପୂରା ରାହାଞ୍ଜ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି । ଅଗ୍ନିଶମ ବିଭାଗ ଓ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।