ପୁରୀ: ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକାକଳା ପ୍ରଦର୍ଶନ

75

କନକ ବ୍ୟୁରୋ: ଆଜି ଅନ୍ତର୍ଜାତୀୟ ଯୋଗ ଦିବସ । ଏହି ଅବସରରେ ପୁରୀ ବେଳାଭୁମିରେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ବାଲୁକାକଳା ମାଧ୍ୟମରେ ଲୋକଙ୍କୁ ବାର୍ତ୍ତା ପ୍ରଦାନ କରିଛନ୍ତି । ବାଲୁକାକଳା ମାଧ୍ୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ଯୋଗମୁଦ୍ରାରେ ଥିବା ବାଲୁକାକଳା ପ୍ରଦର୍ଶନ କରିଛନ୍ତି ଏହାସହ ‘ୟୋଗା ଫର ହାର୍ମୋନି ଆଣ୍ଡ୍ ପିସ୍’ବାର୍ତ୍ତା ଦେଇଛନ୍ତି ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ଯୋଗ ଦ୍ୱାରା ମଣିଷର ମନକୁ ଶାନ୍ତି ମିଳେ । ଯୋଗ ଭାରତର ପ୍ରାଚୀନ ପରମ୍ପରାର ଏକ ଉପହାର । ଯୋଗ ସାଧନ ଦ୍ୱାରା ମନୁଷ୍ୟ ଦୀର୍ଘ ଜୀବନ ପ୍ରାପ୍ତ ହୁଏ ।

ଏହା ସହ ଦେଖନ୍ତୁ ଏହି ଭିଡିଓ –