ଆଜି ସାବିତ୍ରୀ ଅମାବାସ୍ୟା : ସ୍ୱାମୀଙ୍କ ଦୀର୍ଘ ଜୀବନ କାମନା କରି ବ୍ରତ ପାଳିବେ ସ୍ତ୍ରୀ

265

ଆଜି ହେଉଛି ସାବିତ୍ରୀ ବ୍ରତ । ସ୍ୱାମୀଙ୍କର ଉତ୍ତମ ସ୍ୱାସ୍ଥ୍ୟ ଓ ନିରାମୟ ଜୀବନ କାମନା କରି ସଧବା ନାରୀମାନେ ଜ୍ୟେଷ୍ଠ ମାସ ଅମାବାସ୍ୟାରେ ସାବିତ୍ରୀ ବ୍ରତ ପାଳନ କରିଥାନ୍ତି । ଏହି ବ୍ରତରେ ନାରୀମାନେ ସାବିତ୍ରୀ, ଯମଦେବ ଓ ସତ୍ୟବାନକୁ ପୂଜା କରିଥାନ୍ତି । ସ୍ୱାମୀ ହିଁ ସ୍ତ୍ରୀର ସର୍ବସ୍ୱ ।

କିମ୍ବଦନ୍ତୀ ଅନୁସାରେ, ସତ୍ୟବାନ ଅଳ୍ପାୟୁ ଥିଲେ ବି ମୃତ୍ୟୁକୁ ଜୟ କରିଥିଲେ । ଏହା ସମ୍ଭବ ହୋଇଥିଲା ତାଙ୍କ ସ୍ତ୍ରୀ ସାବିତ୍ରୀଙ୍କ ପାଇଁ । ତେଣୁ ପ୍ରତ୍ୟେକ ସ୍ୱାମୀଙ୍କ ଦୀର୍ଘାୟୁ କାମନା କରି ସ୍ତ୍ରୀ ପାଳନ କରିଥାଏ ସାବିତ୍ରୀ ବ୍ରତ । ପରିବେଶ ଓ ପରିସ୍ଥିତି ସହ ତାଳ ଦେଇ ସାବିତ୍ରୀ ବ୍ରତର ପରମ୍ପରା ଯଦିଓପରି ବଦଳିଛି କିନ୍ତୁ ପ୍ରତ୍ୟେକ ନାରୀ ଏହାକୁ ନିଷ୍ଠାର ସହ ପାଳନ କରିଥାନ୍ତି ।