ଭୁବନେଶ୍ୱରରେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନି । ରାଜ୍ୟ ବିଜେପି କାର୍ଯ୍ୟକାରିଣୀ ବୈଠକର ଉଦଯାପନୀ ଉତ୍ସବରେ ହୋଇ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ କରିବେ ଆଲୋଚନା

43

କନକ ବ୍ୟୁରୋ: ଆଜି ଉଦଯାପିତ ହେବ ଭାରତୀୟ ଜନତା ପାର୍ଟିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ । ଭୁବନେଶ୍ୱର ପହଂଚି କାର୍ଯ୍ୟକାରିଣୀ ବୈଠକରେ ସାମିଲ ହୋଇଛନ୍ତି କେନ୍ଦ୍ରମନ୍ତ୍ରୀ ସ୍ମୃତି ଜୁବିନ ଇରାନି । ଏଥିରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଆଲୋଚନା ହେବାର ସୂଚନା ରହିଛି । ଏଥିରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରାଜ୍ୟ ବିଜେପିର ବହୁ ବରିଷ୍ଠ ନେତା ସାମିଲ ହେବେ ।

ଦୁଇ ଦିନିଆ କାର୍ଯ୍ୟକ୍ରମର ପ୍ରଥମ ଦିନରେ ଗୁରୁତ୍ୱପୂର୍ଣ୍ଣ ପଦାଧିକାରୀ ବୈଠକ ପାର୍ଟି ରାଜ୍ୟ ମୁଖ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ରାଜ୍ୟର ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଥିବା ଜଣାପଡିଛି । ବୈଠକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ସଭାପତି ବସନ୍ତ ପଣ୍ଡା ଓ ଅନ୍ୟାନ୍ୟ ପଦାଧିକାରୀମାନେ ଯୋଗ ଦେଇଥିଲେ ।