କଞ୍ଚା ରସୁଣ ଖାଇବାକୁ ସବୁ ଲୋକେ ପସନ୍ଦ କରନ୍ତି ନାହିଁ। ଯେତବେଳେ କ୍ଷୀର ସହ ରସୁଣ ଖାଇବାକୁ ପଡ଼େ ତାହା ଆହୁରି ସ୍ୱାଦହୀନ ହୋଇପଡ଼େ। କିନ୍ତୁ ଏହି ସ୍ୱାଦହୀନ ଖାଦ୍ୟ ଶରୀରକୁ ସୁସ୍ଥ ରଖିବାରେ ଭୂମିକା ଖୁବ୍‌ ଗୁରୁତ୍ତ୍ୱପୂର୍ଣ୍ଣ । ତେବେ କେଉଁ ପ୍ରକାର ସ୍ୱାସ୍ଥ୍ୟ ଜନିତ ସମସ୍ୟାରେ ରସୁଣକ୍ଷୀର ପିଇବାର ରହିଛି ଆବଶ୍ୟକତା ଜାଣନ୍ତୁ ସେ ସଂପର୍କରେ କିଛି ଖାସ୍‌ ସୂଚନା ।

ଶ୍ୱାସ ସମସ୍ୟା ଥିଲେ ପ୍ରତିଦିନ ତିନିରୁ ଚାରି କୋଲା ରସୁଣ ଚୋବାଇ ଖାଆନ୍ତୁ ଏବଂ ନିମୋନିଆ ଲକ୍ଷଣ ଆରମ୍ଭ ହେଉଥିଲେ କ୍ଷୀରରେ ରସୁଣ ସିଝାଇ ଦିନକୁ ଦୁଇରୁ ତିନିଥର ପିଅନ୍ତୁ । ନିହାତି ଭାବରେ ଆମକୁ ଶ୍ୱାସ ସମସ୍ୟାରୁ ମୁକ୍ତି ମିଳିବ ।

ରକ୍ତରେ କୋଲେଷ୍ଟ୍ରଲ୍‌ର ମାତ୍ରା ବଢ଼ିଲେ ହୃଦ୍‌ ଜନିତ ସମସ୍ୟା ଆରମ୍ଭ ହୁଏ । ଧମନୀରେ ରକ୍ତ ସୂଚାରୁ ରୂପେ ସଞ୍ଚାଳନ ହୋଇପାରେ ନାହିଁ। ତେବେ ରକ୍ତରେ କୋଲେଷ୍ଟ୍ରଲର ମାତ୍ରା କମ୍‌ କରିବା ପାଇଁ ରସୁଣ ଆମର ବହୁତ ଉପକାରରେ ଲାଗିଥାଏ ।

ଶରୀରରେ ଟକ୍ସିନ୍‌ର ମାତ୍ରା ବଢ଼ିଲେ କଲିଜା ଜଳିବା ପରି ଅନୁଭବ ହୁଏ ଏବଂ ଜଣ୍ଡିସ୍‌ ପରି ସମସ୍ୟା ଦେଖାଯାଏ ।ରସୁଣ ବ୍ୟବହାର କରିବା ଦ୍ୱାରା ଏଥିରୁ ମଧ୍ୟ ମୁକ୍ତି ମିଳିଥାଏ ।

ଆଣ୍ଡୁ ଗଣ୍ଠି ଜନିତ ଯନ୍ତ୍ରଣା ସମସ୍ୟା ଥିଲେ ଔଷଧ ଅପେକ୍ଷା ରସୁଣ ତୁରନ୍ତ କାମ କରେ।

ଅନିଦ୍ରା ପରି ସମସ୍ୟା ଥିଲେ ଶୋଇବା ପୂର୍ବରୁ ଏକ ଗ୍ଲାସ୍‌ କ୍ଷୀର ସହିତ ରସୁଣକୁ ମିଶାଇ ପିଅନ୍ତୁ । ଅଳ୍ପ କିଛିଦିନ ଏହି ଅଭ୍ୟାସ କରିବା ଦ୍ୱାରା ଆମେ ସୁନିଦ୍ରା ପାଇପାରିବା ।

ଯଦି କଫ ଜମି ଖାସ ହେଉଛି ତେବେ କ୍ଷୀରରେ ରସୁଣ,ଟିକେ ହଳଦୀ ପକାଇ ଫୁଟାଇ ପିଇବା ଦ୍ୱାରା କଫ କାସରୁ ଆରାମ ମିିଳିବା ସହିତ ଏହା କଫ୍ ସିରଫ ଠାରୁ ମଧ୍ୟ ଶୀଘ୍ର ଆରାମ ଦେବ ।

ଖାଦ୍ୟ ହଜମ ହେଉନଥିଲେ ଏକ ଗ୍ଲାସ ଉଷୁମ କ୍ଷୀରରେ ରସୁଣକୁ ପକାଇ ପିଇବାକୁ ଭୁଲନ୍ତୁ ନାହିଁ । ଏହା ହଜମ ଶକ୍ତି ବଢାଇବା ସହ ଶରୀର ରୋଗ ପ୍ରତିରୋଧକ ଶକ୍ତି ମଧ୍ୟ ବଢାଇଥାଏ ।