ରାଜ୍ୟ ମନ୍ତ୍ରୀମଣ୍ଡଳରେ ଅଦଳବଦଳ ସମ୍ଭାବନା ! ଇସ୍ତଫା ଦେଇପାରନ୍ତି ୭ ଜଣ ମନ୍ତ୍ରୀ

46

କନକ ବ୍ୟୁରୋ : ରାଜ୍ୟ ମନ୍ତ୍ରୀ ମଣ୍ଡଳରେ ଅଦଳବଦଳକୁ ନେଇ ରାଜନୀତି ସରଗରମ୍ । ମୁଖ୍ୟମନ୍ତ୍ରୀଙ୍କ ତରଫରୁ ୭ଜଣ ମନ୍ତ୍ରୀଙ୍କୁ ଇସ୍ତଫା ଦେବାକୁ କୁହାଯାଇଛି । ଏହି ତାଲିକାରେ ଅଛନ୍ତି , ଖାଦ୍ୟ ଯୋଗାଣ ମନ୍ତ୍ରୀ ସଂଜୟ ଦାସ ବର୍ମା , ଆଇନ ଓ ପଂଚାୟତିରାଜ ମନ୍ତ୍ରୀ ଅରୁଣ ସାହୁ , ସ୍କୁଲ ଓ ଗଣ ଶିକ୍ଷା ମନ୍ତ୍ରୀ ଦେବୀ ମିଶ୍ର ,ହସ୍ତତନ୍ତ ଓ ବୟନଶିଳ୍ପ ମନ୍ତ୍ରୀ ସ୍ନେହାଙ୍ଗୀନୀ ଛୁରୀଆ ,ଶକ୍ତି ମନ୍ତ୍ରୀ ପ୍ରଣବ ପ୍ରକାଶ ଦାସ , ଆଦିବାସୀ କଲ୍ୟାଣ ମନ୍ତ୍ରୀ ଲାଲ୍ ବିହାରୀ ହିମିରିକା ,କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ ମନ୍ତ୍ରୀ ଯୋଗେନ୍ଦ୍ର ବେହେରା ।