କନକ ବ୍ୟୁରୋ : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦ରୁ ଉର୍ଦ୍ଧ୍ୱ ଜିଲ୍ଲାରେ ବଜ୍ରପାତ ଆଶଙ୍କା ରହିଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ନୟାଗଡ଼, ଖୋର୍ଦ୍ଧା, ଗଞ୍ଜାମ, କଟକ, ଢ଼େଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡା ଓ ସମ୍ବଲପୁର ଆଦି ଜିଲ୍ଲାର ବାସିନ୍ଦାଙ୍କୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ବଜ୍ରପାତ ସମୟରେ ଘରୁ ନବାହାରିବା ପାଇଁ ପରାମର୍ଶ ଦିଆଯାଇଛି ।
ରାଜ୍ୟର ୧୦ ଜିଲ୍ଲାରେ ବଜ୍ରପାତ ଆଶଙ୍କା : ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ
/kanak/media/post_attachments/wp-content/uploads/2019/04/thunderstorm-asthma.jpg)