ପୁରୀରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା । ଶ୍ରୀମନ୍ଦିର ଯାଇ କରିବେ ମହାପ୍ରଭୁଙ୍କ ଦର୍ଶନ, ଶାହାଙ୍କ ଗସ୍ତ ନେଇ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

113

କନକ ବ୍ୟୁରୋ : ଆଜି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ଏନେଇ ପୁରୀରେ ଶୁକ୍ରବାର ରାତିରେ ପହଂଚିଛନ୍ତି ଶାହା । ସେ ଆଜି ସକାଳେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ । ଶାହାଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ପୁରୀରେ ଅଛନ୍ତି । ସେ ଶାହାଙ୍କ ସହ ଶ୍ରୀମନ୍ଦିର ଯିବାର କାର୍ଯ୍ୟକ୍ରମ ରହିଛି ।

ଗୃହମନ୍ତ୍ରୀଙ୍କ ଗସ୍ତ ନେଇ ପୁରୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ତେବେ ଗତକାଲିଠାରୁ ଓଡିଶା ଗସ୍ତରେ ଅଛନ୍ତି କେନ୍ଦ୍ର ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା । ଆଜି ମହାପ୍ରଭୁଙ୍କ ଦର୍ଶନ କରିବା ପରେ ଭୁବନେଶ୍ୱର ଫେରିବା ସହ ଅନେକ କାର୍ଯ୍ୟକ୍ରମ ଥିବା ସୂଚନା ରହିଛି ।