ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ହଙ୍ଗାମା : ଦିନ ୩ଟା ପର୍ଯ୍ୟନ୍ତ ଗୃହ ମୁଲତବୀ

26

ଭୁବନେଶ୍ୱର ବ୍ୟୁରୋ, କନକ ନ୍ୟୁଜ୍ : ଗୃହ ଆରମ୍ଭରୁ ହଟ୍ଟଗୋଳ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସୁନ୍ଦରଗଡ ଗସ୍ତ ସମୟର ଅଭାବନୀୟ ଘଟଣାକୁ ନେଇ ଆଜି ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀ ହଟ୍ଟଗୋଳ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସୁନ୍ଦରଗଡ ଗସ୍ତ ସମୟରେ କାର୍ଯ୍ୟକ୍ରମକୁ ଯିବାକୁ ହେଲେ ମହିଳା ଓ ଯୁବତୀଙ୍କୁ କଳା ଓଢଣୀ ଓହ୍ଳାଇବାକୁ କୁହାଯାଇଥିଲା । ଏହି ପ୍ରସଙ୍ଗରେ ବିରୋଧୀ ଗୃହରେ ହଙ୍ଗାମା କରିଥିଲେ । ଫଳରେ ଦିନ ୩ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ କରିଛନ୍ତି ବାଚସ୍ପତି । ଏହି ଘଟଣାକୁ ନେଇ ବିରୋଧୀ ନାରାବାଜି କରିବା ସହ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛନ୍ତି ।