ଆଜିଠୁ ଚାଷୀଙ୍କ ଖାତାକୁ ଆସିବ ‘କାଳିଆ’ ଟଙ୍କା । ପୁରୀରେ ଚାଷୀ ସମାବେଶ କରି ଯୋଜନା କାର୍ଯ୍ୟକାରୀ କରିବେ ନବୀନ

ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୧୨ ଲକ୍ଷ ୪୫ ହଜାର ଚାଷୀ ଏହି ଯୋଜନାରେ ଟଙ୍କା ପାଇବେ

144

କନକ ବ୍ୟୁରୋ: ଆଜି ଠାରୁ ଚାଷୀଙ୍କ ଖାତାକୁ ଆସିବ ‘କାଳିଆ’ ଟଙ୍କା । ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୧୨ ଲକ୍ଷ ୪୫ ହଜାର ଚାଷୀ ଏହି ଯୋଜନାରେ ଟଙ୍କା ପାଇବେ । ଆଜି ଠାରୁ ରାଜ୍ୟର ବିଭିନ୍ନ ପଂଚାୟତ କାର୍ଯ୍ୟାଳୟ ଗୁଡ଼ିକରେ ଏହି ଯୋଜନାରେ ସରକାରୀ ସହାୟତା ପାଇବାକୁ ଯୋଗ୍ୟ ବିବେଚିତ ହୋଇଥିବା ଚାଷୀଙ୍କ ତାଲିକା ପ୍ରକାଶ ପାଇବ । ତେବେ କାଳିଆ ଯୋଜନାରେ ଚାଷୀଙ୍କୁ ଆର୍ଥିକ ପ୍ରୋତ୍ସାହନ ରାଶି ବାଂଟିବା ପାଇଁ ପୁରୀରେ ଆଜି ଆୟୋଜିତ ହେଉଛି ସ୍ୱତନ୍ତ୍ର କାର୍ଯ୍ୟକ୍ରମ । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଶ୍ରୀକ୍ଷେତ୍ର ପୁରୀରୁ ‘କାଳିଆ’ ଯୋଜନାରେ ଆର୍ଥିକ ପ୍ରୋତ୍ସାହନ ଯୋଗାଇ ଦେବା କାର୍ଯ୍ୟକ୍ରମକୁ ବିଧିବଦ୍ଧ ଭାବରେ ଆରମ୍ଭ କରିବେ ।

ତେବେ ପ୍ରଥମ ପର୍ଯ୍ୟାୟରେ ଯୋଗ୍ୟ ବିବେଚିତ ହୋଇଥିବା ଭୂମିହୀନ, କ୍ଷୁଦ୍ର ଏବଂ ନାମମାତ୍ର ଚାଷୀଙ୍କୁ ‘କାଳିଆ’ ଯୋଜନାରେ ଡିବିଟି ମାଧ୍ୟମରେ ଟଙ୍କା ଲେଖାଏଁ ଦିଆଯିବ ।

– ପ୍ରଥମ ପର୍ଯ୍ୟାୟରେ ୧୨ ଲକ୍ଷ ୪୫ ହଜାର ୪୯୦ ଜଣ ଚାଷୀଙ୍କ ଖାତାକୁ ଟଙ୍କା ଯିବ

– ଡିବିଟି ମାଧ୍ୟରେ ଚାଷୀଙ୍କ ଖାତାକୁ ସିଧାସଳଖ ୫ ହଜାର ଟଙ୍କା ଲେଖାଏଁ ପହଂଚିବ

– ଯୋଗ୍ୟ ହିତାଧିକାରୀଙ୍କ ତାଲିକା ପ୍ରତି ପଂଚାୟତ କାର୍ଯ୍ୟାଳୟରେ ପ୍ରକାଶ ପାଇବ

-ପଂଚାୟତକୁ ଯାଇ ଚାଷୀ ତାଲିକା ଦେଖିପାରିବେ, ଅବଶ୍ୟକସ୍ଥଳେ ଅଭିଯୋଗ କରିପାରିବେ

– ପ୍ରଥମ ପର୍ଯ୍ୟାୟରେ ପ୍ରାୟ ୬୫ ଲକ୍ଷ ଚାଷୀ କାଳିଆ ଯୋଜନାରେ ଆବେଦନ କରିଛନ୍ତି

– ଆବେଦନ ସଂପୂର୍ଣ୍ଣ ନଥିବାରୁ ପ୍ରଥମ ପର୍ଯ୍ୟାୟରେ ଅନେକ ଚାଷୀ ତାଲିକାରୁ ବାଦ ପଡ଼ିଛନ୍ତି

– ଏହି ଚାଷୀମାନେ ସଂପୂର୍ଣ୍ଣ ତଥ୍ୟ ସହ ଦ୍ୱିତୀୟ ପର୍ଯ୍ୟାୟରେ ଆବେଦନ କରିପାରିବେ

ଚାଷୀଙ୍କ ଋଣ ଛାଡ ଯୋଜନାରେ ଓଡ଼ିଶା ସରକାର ସାମିଲ ନହୋଇ କାଳିଆ ଯୋଜନାରେ ଚାଷୀଙ୍କୁ ଆର୍ଥିକ ପ୍ରୋତ୍ସାହନ ଯୋଗାଇ ଦେବା ଲକ୍ଷ୍ୟରେ ଏହି ଯୋଜନା ଆରମ୍ଭ କରିଛନ୍ତି ।