ଆଜି ହେଉଛି ଭଗବାନ ଶ୍ରୀକୃଷ୍ଣଙ୍କର ଜନ୍ମୋତ୍ସବ-ଜନ୍ମାଷ୍ଟମୀ

354

କନକ ବ୍ୟୁରୋ : ଆଜି ହେଉଛି ଭଗବାନ ଶ୍ରୀକୃଷ୍ଣଙ୍କର ଜନ୍ମୋତ୍ସବ ବା ଜନ୍ମାଷ୍ଟମୀ । କିମ୍ବଦନ୍ତୀ ଅନୁସାରେ ଭାଦ୍ରବ କୃଷ୍ଣପକ୍ଷ ଅଷ୍ଟମୀରେ ଭଗବାନ କୃଷ୍ଣ ଜନ୍ମଗ୍ରହଣ କରିଥିଲେ । ଏହି ଦିନରେ ଭଗବାନ ଶ୍ରୀକୃଷ୍ଣ ଧରାପୃଷ୍ଠକୁ ଅବତରଣ କରିଥିଲେ । ଦେବକୀ ଓ ବସୁଦେବଙ୍କ ଅଷ୍ଟମ ସନ୍ତାନ ଭାବେ ମହାରାଜା କଂସଙ୍କ କାରଗାରରେ ଜନ୍ମ ନେଇଥିଲେ ଭଗବାନ ଶ୍ରୀକୃଷ୍ଣ ।

ପୃଥିବୀ ପୃଷ୍ଠରୁ ପାପର ଭାର କମାଇବା ପାଇଁ ଏବଂ ସାଧୁସନ୍ଥଙ୍କ ରକ୍ଷା ପାଇଁ ଭଗବାନ ବିଷ୍ଣ ଧାରଣ କରିଥିଲେ କୃଷ୍ଣ ଅବତାର । ସାରା ବିଶ୍ୱର ହିନ୍ଦୁ ସଂପ୍ରଦାୟ ଏହାକୁ ପାଳନ କରୁଥିବାବେଳେ ଉତ୍ତର ଭାରତରେ ଏହାକୁ ଖୁବ ଧୁମଧାମରେ ପାଳନ କରାଯାଏ । ବିଶେଷ କରି ମହାରାଷ୍ଟ୍ରରେ ଦହିହାଣ୍ଡି ଭଂଗାଯାଇଥାଏ ।