ଆଜି ବିଶ୍ୱ ପଖାଳ ଦିବସ ! ବିଶ୍ୱ ପଖାଳ ଦିବସ ପାଳନ ଲାଗି ବିଭିନ୍ନ ସଂଗଠନ ପକ୍ଷରୁ ପ୍ରସ୍ତୁତି

ପଖାଳ ଓଡ଼ିଆ ଲୋକଙ୍କ ପ୍ରିୟ ଖାଦ୍ୟ

1,653
କନକ ବ୍ୟୁରୋ : ପଖାଳ ଓଡ଼ିଆ ଲୋକଙ୍କ ପ୍ରିୟ ଖାଦ୍ୟ । ଓଡ଼ିଆ ଲୋକମାନେ ପଖାଳ ଖାଇବା ପାଇଁ ଅଧିକ ପସନ୍ଦ କରନ୍ତି । ଆଉ ପଖାଳ ଓଡ଼ିଆଙ୍କ ପାଇଁ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରେ ପଖାଳ । ଓଡିଆ ଜାତିର ଏକ ଅନନ୍ୟ ବିଶେଷତ୍ୱ ହେଉଛି ପଖାଳ । ବିଶ୍ୱର କୋଣ ଅନୁକୋଣରେ ବାସ କରୁଥିବା ପ୍ରତ୍ୟେକ ଓଡିଆ ପାଇଁ ମାର୍ଚ୍ଚ-୨୦ ବହୁତ ମହତ୍ୱ ରଖେ କାରଣ ଏହା ହେଉଛି ‘ବିଶ୍ୱ ପଖାଳ ଦିବସ’ । ତେବେ ପଖାଳ ଓଡ଼ିଆଙ୍କ ପାଇଁ ଏକ ଖାଦ୍ୟ ନୁହେଁ ପଖାଳର ମହତ୍ୱକୁ ପରପୀଢ଼ି ପାଖରେ ପହଞ୍ଚାଇବା ପାଇଁ ପାଳିତ ହେଉଛି ପଖାଳ ଦିବସ ।
pakhala diwash
image courtsy-https://www.google.co.in

କେବଳ ଯେ ଖାଦ୍ୟ କହିଲେ ହୁଏତ ଭୁଲ ହେବ ପକାଳ ଓଡ଼ିଆଙ୍କ ସସ୍କୃତି, ବିଚାରଧାରା, ଗୀତ ଓ ସାହିତ୍ୟ ସହ ଓତପ୍ରୋତଃ ଭାବେ ଜଡ଼ିତ । କେବଳ ଓଡ଼ିଶାରେ ରହୁଥିବା ଲୋକ ନୁହଁନ୍ତି ବରଂ ରାଜ୍ୟ ତଥା ଦେଶ ବାହାରେ ରହୁଥିବା ପ୍ରତ୍ୟେକ ଓଡ଼ିଆ ଏହି ଦିନ ପଖାଳ ଖାଇ ଏହି ଦିନକୁ ପଖାଳ ଦିବସ ଭାବେ ପାଳନ କରିବା ସହ ଗ୍ରୀଷ୍ମକୁ ମଧ୍ୟ ସ୍ୱାଗତ କରିଥାନ୍ତି । ଓଡ଼ିଶା ସମେତ ପଶ୍ଚିମବଙ୍ଗ, ବିହାର ଓ ଆସାମ ଆଦି ରାଜ୍ୟରେ ପଖାଳ ବେଶ୍ ଲୋକପ୍ରିୟ । ପଖାଳ ଓଡ଼ିଆ ମାନଙ୍କର ଗର୍ବ, ଐତିହ୍ୟ, ଓ ଅମୃତ ସଦୃଶ ।

ଆନୁଷ୍ଠାନିକ ଭାବେ ପାଳନ ହେଉନଥିବାରୁ ଏହାର ଉତ୍ପତ୍ତି ବିଷୟରେ ବିଶେଷ ତଥ୍ୟ ଉପଲବ୍ଧ ନାହିଁ । ୨୦୧୧ ମସିହାରୁ କିଛି ଓଡ଼ିଆ ଓ ଅଣଓଡ଼ିଆ ଖାଦ୍ୟ ପ୍ରେମୀଙ୍କ ଉତ୍ସାହରୁ ଏହି ଦିବସ ପାଳନର ପରିକଳ୍ପନା ହୋଇଥିଲା । ୨୦୧୫ମସିହାରେ ପ୍ରଥମ କରି ପଖାଳ ଦିବସ ପାଇଁ ଟୁଇଟର ଟ୍ରେଣ୍ଡ ଆରମ୍ଭ ହୋଇଥିଲା । ବର୍ତ୍ତମାନ ବିଶ୍ୱର କୋଣ ଅନୁକୋଣରେ ଏହି ଦିବସକୁ ପାଳନ କରିବାକୁ ଅନେକ ଓଡ଼ିଆ ଆଗେଇ ଆସିଲେଣି । ଭୁବନେଶ୍ୱରର ତାରକା ହୋଟେଲମାନେ ମଧ୍ୟ ଚାହିଦାକୁ ଦେଖି ନିଜ ସୂଚୀରେ ସାମିଲ କରିଛନ୍ତି ।