ଆଜି ସାବିତ୍ରୀ ବ୍ରତ : ସ୍ୱାମୀଙ୍କ ଦୀର୍ଘାୟୁ କାମନା କରି ବ୍ରତ ପାଳିଲେ ବିବାହିତା ନାରୀ

187

ଭୁବନେଶ୍ୱର ବ୍ୟୁରୋ ,କନକ ନ୍ୟୁଜ୍ : ଆଜି ସାବିତ୍ରୀ ବ୍ରତ । ହିନ୍ଦୁ ଧର୍ମରେ ସ୍ୱାମୀଙ୍କ ଦୀର୍ଘ ଆୟୁ କାମନା କରି ଏହି ପୂଜା କରିଥାନ୍ତି ବିବାହିତା ନାରୀ । ହିନ୍ଦୁ କିମ୍ବଦନ୍ତିରେ ଜଣେ ଶ୍ରେଷ୍ଠ କନ୍ୟା ହେଲେ ସାବିତ୍ରୀ । ସେ ଥିଲେ ରାଜକନ୍ୟା । ସାବିତ୍ରୀ ଦେବୀଙ୍କୁ ପ୍ରାର୍ଥନା କରି ମାଦ୍ରଦେଶର ରାଜା ଅଶ୍ୱପତି ତାଙ୍କୁ କନ୍ୟା ରୂପେ ପାଇଥିଲେ । ସତ୍ୟବାନଙ୍କ ରୂପ ଓ ଗୁଣରେ ମୁଗ୍ଧ ହୋଇ ତାଙ୍କୁ ବିବାହ କରିବେ ବୋଲି ଇଚ୍ଛା କରିଥିଲେ । ବିବାହ ପରେ ସତ୍ୟବାନ ଗୋଟିଏ ବର୍ଷ ବଂଚିବେ ଜାଣି ମଧ୍ୟ ତାଙ୍କୁ ବିବାହ କରି ଜଙ୍ଗଲରେ ରହୁଥିଲେ । ଠିକ୍ ବର୍ଷକ ପରେ ସତ୍ୟବାନଙ୍କ ମୃତ୍ୟୁ ହୋଇଥିଲା । ମହାସତୀ ସାବିତ୍ରୀଙ୍କ ତପ ବଳରେ ସେ ପୁର୍ନଜନ୍ମ ପାଇଥିଲେ । ଯମରାଜଙ୍କୁ ନିଜର ଯୁକ୍ତି ବଳରେ ସନ୍ତୁଷ୍ଟ କରି ସାବିତ୍ରୀ ନିଜ ସ୍ୱାମୀଙ୍କୁ ଫେରିପାଇଥିଲେ । ଏନେଇ ରାଜ୍ୟର ବିଭିନ୍ନ ଦେବାଳୟ ଓ ଘରେ ଘରେ ସାବିତ୍ରୀ ବ୍ରତ ପାଇଁ ସଧବା ନାରୀମାନେ ସଜବାଜ ହେଉଛନ୍ତି । ଅନ୍ନ ଜଳ ସ୍ପର୍ଶ ନକରି ସେମାନେ ଏହି ବ୍ରତ ପାଳନ କରି ସ୍ୱାମୀଙ୍କୁ ପୂଜା କରିବାର ପରଂପରା ରହିଛି । ଏଥି ପାଇଁ ହିନ୍ଦୁ ଘରେ ଘରେ ପ୍ରସ୍ତୁତି ଆରମ୍ଭ ହୋଇଛି ।