ମାଡି ଆସୁଛି ଲଘୁଚାପ ! ଉତ୍ତର ଓ ଉପକୂଳ ଓଡିଶାରେ ୨୪ ରୁ ପୁଣି ପ୍ରବଳ ବର୍ଷା

34

କନକ ବ୍ୟୁରୋ : ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଏବେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ବେଳେ ୨୫ ତାରିଖ ବେଳକୁ ଏହା ଲଘୁଚାପରେ ପରିଣତ ହେବ । ଏହା ପ୍ରଭାବରେ ଉତ୍ତର ଓଡିଶାରେ ୨୪ରୁ ପ୍ରବଳ ବର୍ଷା ହେବ । ଉପକୂଳ ଓଡିଶାରେ ବି ଭଲ ବର୍ଷା ହେବ । ତେବେ ଦକ୍ଷିଣ, ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡିଶାରେ ପାଗ ଶୁଖିଲା ରହିବା ସମ୍ଭାବନା ରହିଛି ।