ଉତ୍ତର-ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ! ଆଜିଠୁ ପ୍ରବଳ ବର୍ଷା

39

କନକ ବ୍ୟୁରୋ: ଉତ୍ତର-ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆଜିଠୁ ଉପକୂଳ ଓଡିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ଘୂର୍ଣ୍ଣିବଳୟ ଯୋଗୁଁ ଉତ୍ତର ଓ ଦକ୍ଷିଣ ଓଡିଶାର କିଛି ସ୍ଥାନରେ କାଲି ବର୍ଷା ହୋଇପାରେ । ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ପାରାଦ୍ୱୀପରୁ ଗଞ୍ଜାମ ମଧ୍ୟରେ ରହିଛି ।

ଏହାର ପ୍ରଭାବରେ କାଲି ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ହୋଇପାରେ । ୨୬ ତାରିଖରେ ବର୍ଷାର ପରିମାଣ କମିପାରେ । ୨୯ ତାରିଖରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ୨୮ରୁ ବର୍ଷାର ପରିମାଣ ବଢିପାରେ ବୋଲି ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର ।

ଏହା ସହ ଦେଖନ୍ତୁ ଏହି ଭିଡିଓ –