ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପର ପ୍ରଭାବ ! ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା

21

କନକ ବ୍ୟୁରୋ: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ଫଳରେ ଆଜି ମଧ୍ୟ ଉପକୂଳ ଓ ଦକ୍ଷିଣ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଗକୁ ଏହା ଡିପ୍ରେସନର ରୂପ ନେଇପାରେ ବୋଲି ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ ବିଭାଗ ।

ଏପଟେ ପ୍ରବଳ ବର୍ଷା ଯୋଗୁଁ ବୁଢାବଳଙ୍ଗ ଓ ବଂଶଧାରାରେ ବନ୍ୟା ଆଶଙ୍କା ରହିଛି । ଏନେଇ ରିଲିଫ କମିଶନର ମଧ୍ୟ ସଜାଗ ଥିବା ଜଣାପଡିଛି । ଏହା ସହ ପବନର ବେଗ ପ୍ରାୟ ୪୫ କିଲୋମିଟର ହେବ ବୋଲି ଅନୁମାନ କରାଯାଉଛି ।

ସମୁଦ୍ର ଭିତରକୁ ଯିବା ବେଳେ ସତର୍କ ରହିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦେଇଛନ୍ତି ଆଂଚଳିକ ପାଣିପାଗ କେନ୍ଦ୍ର । ସେପଟେ ଆଭ୍ୟନ୍ତରୀଣ ଓଡିଶାର କେତୋଟି ସ୍ଥାନରେ ମଧ୍ୟ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ଏହା ସହ ଦେଖନ୍ତୁ ଏହି ଭିଡିଓ –