ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୩ ହଜାର ପାର୍: ଆକ୍ରାନ୍ତଙ୍କ ସଂଖ୍ୟା ୯୬ ହଜାର ୧୬୯କୁ ବୃଦ୍ଧି; ଗତ ୨୪ ଘଂଟା ଭିତରେ ସର୍ବାଧିକ ୫୨୪୨ ନୂଆ ମାମଲା

440

କନକ ବ୍ୟୁରୋ: ଦେଶରେ ବଢୁଛି କରୋନାର ପ୍ରକୋପ । ଭାରତରେ କରୋନା ମୃତ୍ୟୁ ସଂଖ୍ୟା ୩ ହଜାର ପାର୍ । କେନ୍ଦ୍ର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଜାରି ତଥ୍ୟ ଅନୁସାରେ, ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩ହଜାର ୦୨୯କୁ ବୃଦ୍ଧି ପାଇଛି । ଏହାସହିତ ଦେଶରେ ଆକ୍ରାନ୍ତ ସଂଖ୍ୟା ୯୬ ହଜାର ୧୬୯ରେ ପହଂଚିଛି । ତେବେ ତାଜା ସୂଚନା ଅନୁସାରେ, ଗତ ୨୪ ଘଂଟା ମଧ୍ୟରେ କରେ ସର୍ବାଧିକ ୫ ହଜାର ୨୪୨ ନୂଆ କରୋନା ଆକ୍ରାନ୍ତ ଠାବ ହୋଇଥିବା ବେଳେ ୧୫୭ ଜଣ କରୋନା ମହାମାରୀରେ ଜୀବନ ହାରିଛନ୍ତି । ସେହିଭଳି ବର୍ତ୍ତମାନ ସୁଦ୍ଧା ମୋଟ ୩୬ ହଜାର ୮୨୪ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ନେଇ ସ୍ପଷ୍ଟ କରିଛି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ।

ତେବେ ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟାରେ ସବୁଠୁ ଆଗରେ ରହିଛି ମହାରାଷ୍ଟ୍ର । ମହାରାଷ୍ଟ୍ରରେ କରୋନା ଆକ୍ରାନ୍ତ ସଂଖ୍ୟା ୩୩ ହଜାର ୦୫୩ ରହିଥିବା ବେଳେ ମୃତ୍ୟୁ ସଂଖ୍ୟା ୧୧ ଶହ ୯୮କୁ ବୃଦ୍ଧି ପାଇଛି । ସେହିପରି ଗୁଜରାଟରେ ୧୧ହଜାର ୩୭୯ ଆକ୍ରାନ୍ତ ଥିବା ବେଳେ ମୃତ୍ୟୁ ସଂଖ୍ୟା ୬୫୯କୁ ବୃଦ୍ଧି ପାଇଛି । ସେହିଭଳି ଦିଲ୍ଲୀରେ ୧୦ ହଜାର ୫୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ରହିଛି ୧୬୦ । ସେହିପରି ଆନ୍ଧ୍ରପ୍ରଦେଶରେ ୨୩୫୫ କରୋନା ଆକ୍ରାନ୍ତ ରହିଥିବା ବେଳେ ମୃତ୍ୟୁ ସଂଖ୍ୟା ୪୯ରେ ପହଂଚିଛି । ମଧ୍ୟପ୍ରଦେଶରେ ୪ ହଜାର ୯୭୭ ଜଣ ଆକ୍ରାନ୍ତ ରହିଥିବା ବେଳେ ମୃତ୍ୟୁ ସଂଖ୍ୟା ୨୪୮କୁ ବୃଦ୍ଧି ପାଇଥିବା ନେଇ ସୂଚନା ଦେଇଛି କେନ୍ଦ୍ର ସ୍ୱାସ୍ଥ୍ୟ ବିଭାଗ ।