ନାଗରିକତା ବିଲକୁ ନେଇ ବଙ୍ଗଳାରେ ବୋବାଲ : ଓଡ଼ିଶାରେ ଅନେକ ଟ୍ରେନ୍ ବାତିଲ୍, ହନ୍ତସନ୍ତ ହେଉଛନ୍ତି ଯାତ୍ରୀ

872

କନକ ବ୍ୟୁରୋ : ନାଗରିକତା ସଂଶୋଧନ ବିଲକୁ ନେଇ ସାରା ଦେଶରେ ନିଆଁ ଜଳୁଛି । ନାଗରିକତା ସଂଶୋଧନ ବିଲ୍କୁ ବିରୋଧ କରି ଦେଶର କେତେକ ସ୍ଥାନରେ ହିଂସା, ଉତ୍ତେଜନା ଓ ଅଶାନ୍ତ ବାତାବରଣ ଲାଗି ରହିଛି । ଆସାମ ପରେ ଏବେ ପଶ୍ଚିମବଙ୍ଗକୁ ଡେଇଁଛି ବିଦ୍ରୋହର ସ୍ୱର । ଗତକାଲି ପଶ୍ଚିମବଙ୍ଗର ମୁର୍ଶିଦାବାଦ ଜିଲ୍ଲା ସ୍ଥିତ ବେଲଡାଙ୍ଗା ରେେ ଷ୍ଟସନ ପରସିରରେ ନାରିକତା ବିଲ ସଂଶୋଧନ ନେଇ ବିରୋଧ ପ୍ରଦର୍ଶନ ହୋଇଛି । ଅନ୍ୟପଟେ ହାଓଡ଼ା ଜିଲ୍ଲାରେ ରେଳଧାରଣାରେ ଟାୟାର ଜାଳି ବିରୋଧ ପ୍ରଦର୍ଶନ କରିଥିଲେ ବିକ୍ଷୋଭକାରୀ । ଟ୍ରେନ ଉପରକୁ ପଥର ମାଡ଼ କରିବା ଦ୍ୱାରା ଟ୍ରେନ ସେବା ପ୍ରଭାବିତ ହୋଇଛି ।

ପଶ୍ଚିମବଙ୍ଗରେ ଦକ୍ଷିଣ ପୂର୍ବ ରେଳପଥର ଖଡ଼ଗପୁର ଓ ହାଓ୍ଵଡ଼ା ରେଳ ସେକ୍ସନ ମଧ୍ୟରେ ସଂକ୍ରାଏଲ, ମୋରିଗ୍ରାମ, ବଙ୍କ୍ରା ନୟାବଜ ଓ ନଳପୁରଷ୍ଟେସନଠାରେ ଲୋକମାନଙ୍କ ଦ୍ୱାରା ବିକ୍ଷୋଭ ଯୋଗୁଁ ଓଡ଼ିିଶାକୁ ଆସୁଥିବା‌ ଓ ଓଡିଶା ମଧ୍ୟଦେଇ ଯାତ୍ରା କରୁଥିବା ଟ୍ରେନ୍‌କୁ ବାତିଲ କରାଯାଇଛି । ଏହାଦ୍ୱାରା ଅନେକ ଯାତ୍ରୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି।

ଆଜି ହାଓଡ଼ାରୁ ବାତିଲ ହୋଇଥିବା ଟ୍ରେନ –

୦୧. ୨୦୮୮୯ ହାଓଡ଼ା-ତିରୁପତି ହମସଫର ଏକ୍ସପ୍ରେସ

୦୨. ୨୨୮୭୭ ହାଓଡ଼ା-ଏର୍ଣ୍ଣାକୁଲମ ଅନ୍ତଦ୍ୱୟ ଏକ୍ସପ୍ରେସ

୦୩. ୧୨୮୪୧ ହାଓଡ଼ା-ଚେନ୍ନାଇ କରମଣ୍ଡଳ ଏକ୍ସପ୍ରେସ

୦୪. ୧୨୨୪୫ ହାଓଡ଼ା-ଯଶୋବନ୍ତପୁର ଦୁରନ୍ତ ଏକ୍ସପ୍ରେସ

୦୫. ୧୮୬୪୫ ହାଓଡ଼ା-ହାଇଦ୍ରାବାଦ ଇଷ୍ଟ କୋଷ୍ଟ ଏକ୍ସପ୍ରେସ

୦୬. ୧୨୮୪୭ ହାଓଡ଼ା-ପୁନେ ଦୁରନ୍ତ ଏକ୍ସପ୍ରେସ

୦୭. ୧୨୮୬୦ ହାଓଡ଼ା-ମୁମ୍ବାଇ ଗୀତାଞ୍ଜଳି ଏକ୍ସପ୍ରେସ

ସଂଲଗ୍ନ ଟ୍ରେନ ବାତିଲ ଯୋଗୁଁ ପୁରୀରୁ ବାତିଲ ହେଉଥିବା ଟ୍ରେନ –

୦୧. ୨୨୮୯୦ ପୁରୀ-ଦିଘା ଏକ୍ସପ୍ରେସ

୦୨. ୫୮୦୦୨ ପୁରୀ-ସଂତ୍ରାଗାଛି ପାସେଞ୍ଜର

୦୩. ୫୮୪୦୪ ପୁରୀ-ଖୋର୍ଦ୍ଧା ରୋଡ଼ ପାସେଞ୍ଜର

ଆଂଶିକ ବାତିଲ ହେଉଥିବା ଟ୍ରେନ –

୦୧. ଆଜି ପୁରୀରୁ ଛାଡିଥିବା ଶତାବ୍ଦୀ ଏକ୍ସପ୍ରେସ ହାଓଡ଼ା ପରିବର୍ତ୍ତେ ଖଡ଼ଗପୁରରୁ ଫେରିବ ଓ ଖଡ଼ଗ୍ପୁର ଓ ହାଓଡ଼ା ମଧ୍ୟରେ ଉଭୟ ଦିଗରୁ ବାତିଲ ରହିବ

୦୨. ଆଜି ଭୁବନେଶ୍ୱରରୁ ଛାଡିଥିବା ଜନ ଶତାବ୍ଦୀ ଏକ୍ସପ୍ରେସ ହାଓଡ଼ା ପରିବର୍ତ୍ତେ ମେଛେଦ ଠାରୁ ଫେରିବ ଓ ମେଛେଦ ଓ ହାଓଡ଼ା ମଧ୍ୟରେ ଉଭୟ ଦିଗରୁ ବାତିଲ ରହିବ

ମଧ୍ୟବର୍ତ୍ତୀ ଷ୍ଟେସନ ମାନଙ୍କରେ ନିୟନ୍ତ୍ରିତ ହୋଇଥିବା ଟ୍ରେନ :

୦୧. ଚେନ୍ନାଇ-ହାଓଡ଼ା କରମଣ୍ଡଳ ଏକ୍ସପ୍ରେସ
୦୨. ଯଶୋବନ୍ତପୁର-ହାଓଡ଼ା ଦୁରନ୍ତ ଏକ୍ସପ୍ରେସ
୦୩. ସିକନ୍ଦରାବାଦ-ହାଓଡ଼ା ଫଲକନାମା ଏକ୍ସପ୍ରେସ
୦୪. ପୁରୀ-ହାଓଡ଼ା ଧଉଳି ଏକ୍ସପ୍ରେସ