ଆଜିଠୁ ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଇସ୍ପାତ ମନ୍ତ୍ରୀ ବିଷ୍ଣୁ ଦେଓ ସାଇ !

37

କନକ ବ୍ୟୁରୋ : ଆଜିଠୁ ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଇସ୍ପାତ ମନ୍ତ୍ରୀ ବିଷ୍ଣୁ ଦେଓ ସାଇ । ଏନଡିଏ ସରକାରର ତିନି ବର୍ଷ ପୂର୍ତ୍ତି ଅବସରରେ ରାଜ୍ୟର ବିଭିନ୍ନ ସ୍ଥାନରେ ଆୟୋଜିତ ହେଉଥିବା ‘ସବକା ସାଥ୍ ସବକା ବିକାଶ’ କାର୍ଯ୍ୟକ୍ରମରେ ଯୋଗ ଦେବେ କେନ୍ଦ୍ରମନ୍ତ୍ରୀ । ଭୁବନେଶ୍ୱରରେ ପହଁଚିବା ପରେ ସେ କେନ୍ଦୁଝର ଜିଲ୍ଲା ଆନନ୍ଦପୁରରେ ଏକ କାର୍ଯ୍ୟକ୍ରମରେ ସାମିଲ ହେବେ । ଏହାପରେ ୧୨ ତାରିଖରେ ତାଳଚେରରେ ମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ରହିଛି । ସେଠାରୁ ସେ ଝାରସୁଗୁଡା ଦେଇ ରାଂଚି ଯିବେ ।