ବହୁ ପ୍ରତିକ୍ଷାର ଅନ୍ତ ! ରାଉରକେଲାରେ ଦ୍ୱିତୀୟ ବ୍ରାହ୍ମଣୀ ସେତୁର ଶିଳାନ୍ୟାସ କଲେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ

17

କନକ ବ୍ୟୁରୋ: ଓଡିଶାରେ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ । ରାଉରକେଲାରେ ଦ୍ୱିତୀୟ ବ୍ରାହ୍ମଣୀ ନଦୀ ସେତୁ ସମେତ ୫ଟି ସଡ଼କ ନିର୍ମାଣ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି କେନ୍ଦ୍ରମନ୍ତ୍ରୀ । ରାଉରକେଲା ନିକଟ ବ୍ରାହ୍ମଣୀ ନଦୀ ଉପରେ ୬ ଲେନ୍ ବିଶିଷ୍ଟ ଆଧୁନିକ ସେତୁ ନିର୍ମାଣର ଭୂମିପୂଜନ କରିଛନ୍ତି ନୀତିନ ଗଡ଼କରୀ । ଏହି କାର୍ଯ୍ୟକ୍ରମରେ ଗଡ଼କରିଙ୍କ ସହ ଉପସ୍ଥିତ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଜୁଏଲ ଓରାମ ଉପସ୍ଥିତ ଥିଲେ ।

ବ୍ରାହ୍ମଣୀ ସେତୁ ଶିଳାନ୍ୟାସ ସହ ୨୩ ନମ୍ବର ଜାତୀୟ ରାଜପଥ ତଥା ନୂତନ ଜାତୀୟ ରାଜପଥ ୧୪୩ର ବୀରମିତ୍ରପୁର-ବ୍ରାହ୍ମଣୀ ବାଇପାସ୍ ଅନ୍ତିମ ସେକ୍ସନର ମଧ୍ୟ ଶିଳାନ୍ୟାସ କରାଯାଇଛି । ଅପରାହ୍ନରେ କେନ୍ଦ୍ରମନ୍ତ୍ରୀ ଅନୁଗୁଳ ଯାଇ ୩ଟି ଜାତୀୟ ରାଜପଥ ପ୍ରକଳ୍ପର ଶିଳାନ୍ୟାସ କରିବେ । ପରେ ଦିଲ୍ଲୀ ଫେରିଯିବେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ ।