ଓଡିଶା ଆସୁଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା : ଅଗ୍ନିକାଣ୍ଡର ସ୍ଥିତି ଅନୁଧ୍ୟାନ କରିବେ

37

ଭୁବନେଶ୍ୱର ବ୍ୟୁରୋ, କନକ ନ୍ୟୁଜ୍ : ଆଜି ଓଡିଶା ଆସୁଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା । ତାଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଆସୁଛନ୍ତି । ସମ୍ ହସ୍ପିଟାଲ ଅଗ୍ନିକାଣ୍ଡ ଘଟଣାର ପରିସ୍ଥିତି ଅନୁଧ୍ୟାନ କରିବେ କେନ୍ଦ୍ର ମନ୍ତ୍ରୀ । ଉଭୟ ଦିନ ୧୦ଟାରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଂଚିବେ । ପରେ ବିଭିନ୍ନ ହସ୍ପିଟାଲକୁ ଯାଇ ସ୍ଥାନାନ୍ତରିତ ରୋଗୀଙ୍କ ଚିକିତ୍ସା ଓ ସ୍ୱାସ୍ଥ୍ୟବସ୍ଥା ବାବଦରେ ପଚାରି ବୁଝିବେ । ଦୁଇମନ୍ତ୍ରୀ ସମ୍ ହସ୍ପିଟାଲ ଯାଇ ଦୁର୍ଘଟଣାସ୍ଥଳ ମଧ୍ୟ ବୁଲି ଦେଖିବାର କାର୍ଯ୍ୟକ୍ରମ ରହିଛି । ଅପରାହ୍ନରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଅଧିକାରୀଙ୍କ ସହ ସମୀକ୍ଷା ବୈଠକ କରିବେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ  ।