ଉତର ପ୍ରଦେଶର ଉନ୍ନାଓରେ ସାଂଘାତିକ ଘଟଣା । ଦୁଷ୍କର୍ମ ପୀଡ଼ିତାଙ୍କୁ ପେଟ୍ରୋଲ ଢାଳି ଜିଅନ୍ତା ଜାଳିବାକୁ ଦୁର୍ବୃତଙ୍କ ଉଦ୍ୟମ, ଲକ୍ଷ୍ନୌରୁ ଦିଲ୍ଲୀ ସ୍ଥାନାନ୍ତର ହେଲେ ପିଡିତା

517

କନକ ବ୍ୟୁରୋ : ଉତ୍ତର ପ୍ରଦେଶରୁ ଆସିଛି ଏକ ସାଙ୍ଘାତିକ ଖବର । ଉତରପ୍ରଦେଶ ଉନାଓରେ ପୁଣି ହାଇଦ୍ରାବାଦ ଭଳି ଘଟଣା ସାମ୍ନାକୁ ଆସିଛି । ଜଣେ ଦୁଷ୍କର୍ମ ପୀଡ଼ିତାଙ୍କୁ ପେଟ୍ରୋଲ ଢାଳି ଜିଅନ୍ତା ଜାଳିବାକୁ ଉଦ୍ୟମ କରିଛନ୍ତି ଦୁର୍ବୃତ । ଶୁଣାଣୀ ପାଇଁ କୋର୍ଟକୁ ଯାଉଥିବା ବେଳେ ଦୁଷ୍କର୍ମ ଅଭିଯୁକ୍ତ ଓ ତାର ୫ଜଣ ସହଯୋଗୀ ପୀଡିତାଙ୍କୁ ପୋଡି ମାରିଦେବାକୁ ଉଦ୍ୟମ କରିଛନ୍ତି । ଅବଶ୍ୟ ଏହି ଘଟଣାରେ ପୋଲିସ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରିଛି । ଏହାସହ ଘଟଣାସ୍ଥଳରେ ପୋଲିସ ପହଂଚି ଅଧିକ ତଦନ୍ତ ଜାରି ରଖିଛି । ଏହି ଘଟଣା ପରେ ପୁରା ଉନାଓରେ ଆତଙ୍କ ଦେଖାଦେଇଛି । ପୀଡ଼ିତାଙ୍କୁ ଗୁରୁତର ଅବସ୍ଥାରେ ଲକ୍ଷ୍ନୌ ସିଭିଲ ହସ୍ପିଟାଲରେ ଭର୍ତି କରାଯାଇଥିଲା । ପରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଏୟାରଲିପ୍ଟ ମାଧ୍ୟମରେ ଦିଲ୍ଲୀ ପଠାଯାଇଛି ।

ଡ଼ାକ୍ତରଙ୍କ ସୁଚନା ଅନୁସାରେ ପୀଡ଼ିତାଙ୍କ ଶରୀରର ପ୍ରାୟ ୯୦ ପ୍ରତିଶତ ପୋଡ଼ିଯାଇଛି । ସେପଟେ ସ୍ଥାନୀୟ ଲୋକ ଘଟଣାକୁ ଯେଉଁଭଳି ଢଙ୍ଗରେ ବଖାଣିଛନ୍ତି ତାହା ଶୁଣିଲେ ଆପଣଙ୍କ ଲୋମ ଟାଙ୍କୁରି ଉଠିବ । ସ୍ଥାନୀୟ ଲୋକଙ୍କ ସୁଚନା ଅନୁସାରେ ଦୁବୃତ୍ତଙ୍କ ଆକ୍ରମଣରେ ପିଡୀତାଙ୍କ ଶରୀରର ୯୦ ପ୍ରତିଶତ ପୋଡିଯାଇଥିଲେ ମଧ୍ୟ ପିଡ଼ିତା ପ୍ରାୟ ଏକ କିଲୋମିଟର ପାଦରେ ଚାଲି ଚାଲି ଯାଇଥିଲେ ଓ ଜଣେ ଲୋକଙ୍କୁ ମଧ୍ୟ ସହାୟତା ମାଗିଥିଲେ । ଏହା ସହ ପୀଡ଼ିତା ନିଜେ ୧୦୦ ନମ୍ବରକୁ ଫୋନ କରି ପୋଲିସକୁ ନିଜର ଅଭିଯୋଗ ଜଣାଇଥିଲେ । ପୀଡ଼ିତାଙ୍କ ଫୋନ କଲ ପାଇବା ପରେ ଅମ୍ବୁଲାନ୍ସ ତାଙ୍କୁ ସହାୟତା କରିଥିଲା ।