ଉତ୍ତରପ୍ରଦେଶ : ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ ଆଇନ ଶୃଙ୍ଖଳା ଉପରେ ଗୁରୁତ୍ୱ ଦେଲେ ଯୋଗୀ ଆଦିତ୍ୟନାଥ

22

କନକ ବ୍ୟୁରୋ : ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ ଆଇନ ଶୃଙ୍ଖଳା ଉପରେ ଗୁରୁତ୍ୱ ଦେଇଛନ୍ତି ଯୋଗୀ ଆଦିତ୍ୟନାଥ । ରାଜ୍ୟର ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ବୈଠକ କରିଛନ୍ତି ନୂଆ ମୁଖ୍ୟମନ୍ତ୍ରୀ । ଭିଡିଓ କନଫରେନ୍ସିଂ ଜରିଆରେ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଏହାସହ ୧୫ ଦିନ ଭିତରେ ତାଙ୍କ ମନ୍ତ୍ରୀମଣ୍ଡଳର ସବୁ ମନ୍ତ୍ରୀ ନିଜର ସଂପତ୍ତି ସଂପର୍କରେ ସୂଚନାକୁ ସାର୍ବଜନୀନ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ଏହା ସହ ସବୁ ସରକାରୀ ଅଧିକାରୀମାନଙ୍କୁ ମଧ୍ୟ ନିଜ ସଂପତ୍ତିର ତାଲିକା ପ୍ରକାଶ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିବା ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ କେ.ପି. ମୌର୍ଯ୍ୟ ।