ଆଜିି ଉତ୍କଳ ଦିବସ ! ୮୨ ବର୍ଷରେ ପାଦ ଦେଲା ଓଡିଶା

349

କନକ ବ୍ୟୁରୋ : ୧୯୩୬ ଏପ୍ରିଲ ୧ ତାରିଖ, ଓଡିଶା ଇତିହାସରେ ଏକ ଅବିସ୍ମରଣୀୟ ଦିବସ । ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନକୁ ଆଜି ପୁରିଛି ୮୧ ବର୍ଷ । ତେବେ ଭାଷା ଭିତରେ ସ୍ୱତନ୍ତ୍ର ପ୍ରଦେଶର ମାନ୍ୟତା ପାଇଥିବା ଭାରତର ପ୍ରଥମ ରାଜ୍ୟ ହେଉଛି ଓଡିଶା । ତାଆଗରୁ ଆଧୁନିକ ଭାରତରେ ଓଡ଼ିଆଙ୍କ ସ୍ୱତନ୍ତ୍ର ପରିଚୟ ନ ଥିଲା କହିଲେ ଚଳେ । ବିକ୍ଷିପ୍ତ ଭାବେ ରହିଥିଲା ଓଡ଼ିଆ ଭାଷାଭାଷୀ ଅଞ୍ଚଳ । କହିବାକୁ ଗଲେ ଖଣ୍ଡ ବିଖଣ୍ଡିତ ହୋଇ ପଡ଼ିଥିଲା ଉତ୍କଳ ।

ଆଜିି ଓଡିଶା ତଥା ଓଡିଆଙ୍କ ପାଇଁ ଗର୍ବ ଓ ଗୌରବର ଦିନ । ବହୁ ଘାତ-ପ୍ରତିଘାତ ମଧ୍ୟରେ ଏହି ଦିନ ସ୍ୱତନ୍ତ୍ର ପ୍ରଦେଶ ଗଠନ ହୋଇଥିଲା । ଏହା ଥିଲା ଊନବିଂଶ ଶତାଦ୍ଦୀର ଶେଷ ଭାଗରୁ ଆରମ୍ଭ ହୋଇଥିବା ଓଡିଶାର ନବଜାଗରଣ ପର୍ବର ଚୂଡାନ୍ତ ଫଳଶ୍ରୁତି । ଯେଉଁମାନଙ୍କର ସାଧନା-ସଂକଳ୍ପ-ସଂଗ୍ରାମ ଯୋଗୁଁ ଓଡିଆ ଜାତି-ଭାଷା-ସାହିତ୍ୟ-ସଂସ୍କୃତି-ଐତିହ୍ୟ-ପରମ୍ପରା ଆଜି ସୁସଂଗଠିତ ।

ସେମାନଙ୍କ ମଧ୍ୟରେ ଉତ୍କଳ ଗୌରବ ମଧୁସୂଦନ, ଉତ୍କଳମଣି ଗୋପବନ୍ଧୁ, ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ, ମହାରାଜା କୃଷ୍ଣଚନ୍ଦ୍ର ଗଜପତି, ବ୍ୟାସକବି ଫକୀରମୋହନ, ସ୍ୱଭାବକବି ଗଙ୍ଗାଧର, କବିବର ରାଧାନାଥ, କର୍ମବୀର ଗୌରୀଶଙ୍କର, ପଣ୍ଡିତ ନୀଳକଣ୍ଠ, ହରିହର ମର୍ଦରାଜ, ବାମଣ୍ଡା ରାଜା ସାର୍ ବାସୁଦେବ ସୁଢଳ ଦେବ ପ୍ରମୁଖ ଅଗ୍ରପୂଜ୍ୟ ।