ଭିଜିଲାନ୍ସ ଜାଲରେ ଅବକାରୀ ବିଭାଗ ଏସଆଇ୍ : ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗ

35

କନକ ବ୍ୟୁରୋ : ଅବକାରୀ ବିଭାଗ ଏସ୍ଆଇଙ୍କ ଘରେ ଭିଜିଲାନ୍ସ ଚଢାଉ । ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଚୌଦ୍ୱାରର ଅବକାରୀ ଏସ୍ଆଇ ଲକ୍ଷ୍ମଣ ଷଡଙ୍ଗୀଙ୍କ ବାସଭବନରେ ଭିଜିଲାନ୍ସ ଚଢାଉ କରିଛି । ତାଙ୍କ ଚୌଦ୍ୱର ଘର ସମେତ ସମ୍ପର୍କୀୟଙ୍କ ଘରେ ରେଡ୍ କରାଯାଇଛି । ଏହାସହ କଟକ ଓ ଭୁବନେଶ୍ୱରରେ ଥିବା ତାଙ୍କ ବାସଭବନରେ ମଧ୍ୟ ଚଢାଉ କରିଛି ଭିଜିଲାନ୍ସ ।