ଆସନ୍ତା ୨୪ ଘଂଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି

42

କନକ ବ୍ୟୁରୋ : ଆସନ୍ତା ୨୪ ଘଂଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ଉପକୂଳ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଭ୍ୟନ୍ତରୀଣ ଓଡିଶାର କେତୋଟି ସ୍ଥାନରେ ମଧ୍ୟ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର ।