କନକ ବ୍ୟୁରୋ: ୨୫ ଜିଲ୍ଲାକୁ ବଜ୍ରପାତ ନେଇ ଆଗୁଆ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ସନ୍ଧ୍ୟା ୬ଟା ୩୦ ମିନିଟ୍ ମଧ୍ୟରେ ରାଜ୍ୟର ୨୫ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ପୂର୍ବାନୁମାନ କରି ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏହି ଜିଲ୍ଲା ଗୁଡିକରେ ଅଛି- ପୁରୀ, ସୁନ୍ଦରଗଡ଼, ଝାରସୁଗୁଡା, ବଲାଙ୍ଗୀର, ସୋନପୁର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ଯାଜପୁର, ଗଜପତି, କନ୍ଧମାଳ, ଗଞ୍ଜାମ, ନୟାଗଡ, ସମ୍ବଲପୁର, ଦେବଗଡ, ଅନୁଗୁଳ, ରାୟଗଡା, କଟକ, କୋରାପୁଟ, ଢେଙ୍କାନାଳ, କେଉଁଝର, ମୟୁରଭଞ୍ଜ, ଖୋର୍ଦ୍ଧା, ମାଲକାନଗିରି ଏବଂ ବାଲେଶ୍ୱର ଭଳି ଜିଲ୍ଲାକୁ ସନ୍ଧ୍ୟା ୬.୩୦ ମିନିଟ୍ ମଧ୍ୟରେ ସତର୍କ ରହିବାକୁ ପରାମର୍ଶ ।
ସେପଟେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ମୁତାବକ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗତକାଲି ଠାରୁ ଲୋପ୍ରେସରରେ ପରିଣତ ହୋଇଛି। ପ୍ରଭାବରେ ଆଜି ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିଛି।ଏହି ସମୟ ମଧ୍ୟରେ ସମୁଦ୍ର ଅଶାନ୍ତ ରହିବାର ଆଶଙ୍କା ଥିବାରୁ ମତ୍ସ୍ୟଜୀବୀମାନେ ସମୁଦ୍ର ମଧ୍ୟକୁ ନ ଯିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ଗତକାଲି ଠାରୁ ଭୁବନେଶ୍ୱର ସହର ସହ ଆଖପାଖ ଅଞ୍ଚଳରେ ବର୍ଷା ଲାଗି ରହିଥିବାରୁ ସାଧାରଣ ଜନଜୀବନ ଗୁରୁତର ଭାବେ ପ୍ରଭାବିତ ହୋଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2017/08/thunder-and-lightning.jpg)