ଓଡିଶା ସମେତ ୧୪ଟି ରାଜ୍ୟରେ ଝଡତୋଫାନ ଆଶଙ୍କା ! ସତର୍କ ସୂଚନା ଜାରି କଲା ଭାରତୀୟ ପାଣିପାଗ ବିଭାଗ

81

କନକ ବ୍ୟୁରୋ : ଆସୁଛି ଝଡତୋଫାନ । ସତର୍କ ସୂଚନା ଜାରି କଲା ଭାରତୀୟ ପାଣିପାଗ ବିଭାଗ । ଓଡିଶା ସମେତ ୧୪ଟି ରାଜ୍ୟରେ ଝଡବର୍ଷା ନେଇ ଭାରତୀୟ ପାଣିପାଗ ବିଭାଗ, ଆଇଏମଡି ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଉତ୍ତରପ୍ରଦେଶ, ବିହାର, ଓଡିଶା, ଝାଡଖଣ୍ଡ, ଛତିଶଗଡ, ପଶ୍ଚିମବଙ୍ଗ, ମଧ୍ୟପ୍ରଦେଶ, ଆନ୍ଧ୍ରପ୍ରଦେଶ, ତେଲଙ୍ଗାନା, କର୍ଣାଟକ, ତାମିଲନାଡୁ, ମହାରାଷ୍ଟ୍ର , ଗୋଆ ଓ ଉତରାଖଣ୍ଡ ଝଡତୋଫାନ ସତର୍କତା ଜାରି କରିଛି ଆଇଏମଡି । ଏହି ସବୁ ରାଜ୍ୟରେ ଘଡଘଡି, କୁଆପଥର ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

heavy rain

ଏହା ବ୍ୟତୀତ ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜ, ଆସାମ, ମେଘାଳୟ, ନାଗାଲାଣ୍ଡ, ମଣିପୁର, ମିଜୋରାମ, ତ୍ରିପୁରା, ଆଦି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗ ବିଭାଗ ଅନୁସାରେ ମଙ୍ଗଳବାର ଦିନ ଉତ୍ତରପ୍ରଦେଶର ୧୩ଟି ଜିଲ୍ଲାରେ ଭିନ୍ନ ଭିନ୍ନ ସ୍ଥାନରେ ପ୍ରବଳ ବେଗରେ ପବନ ବହିବା ସହ ଧୂଳିଝଡ଼ ହେବାର ସମ୍ଭାବନା ରହିଛି ।