୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ୧୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ଘଡଘଡି ସହ ବର୍ଷାର ଆଶଙ୍କା ରହିଛି ।

2,681

କନକ ବ୍ୟୁରୋ: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ଘଡଘଡି ସହ ବର୍ଷାର ଆଶଙ୍କା ରହିଛି । ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଏହି ସତର୍କ ସୂଚନା ଜାରି କରାଯାଇଛି । ଏହା ସହିତ ୧୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ ।
ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ବଲାଙ୍ଗୀର, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡା, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କଳାହାଣ୍ଡି ଓ ଗଞ୍ଜାମ ଆଦି ରହିଛି।
ସେହିପରି ୧୭ରୁ ୧୮ ତାରିଖ ମଧ୍ୟରେ କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଞ୍ଜାମ, କନ୍ଧମାଳ, ମୟୁରଭଞ୍ଜ, ଭଦ୍ରକ, ଢ଼େଙ୍କାନାଳ ଓ ଗଜପତି ଏବଂ ୧୮ରୁ ୧୯ ତାରିଖ ମଧ୍ୟରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଜଗତସିଂହପୁର, ଗଞ୍ଜାମ, ଗଜପତି, କନ୍ଧମାଳ, କେନ୍ଦ୍ରାପଡ଼ା ଓ କଟକ ଆଦି ଜିଲ୍ଲାକୁ ବଜ୍ରପାତ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
୧୯ରୁ ୨୧ ତାରିଖ ପର୍ୟ୍ୟନ୍ତ ମାଲକାନଗିରି, କୋରାପୁଟ, ଗଜପତି, ମୟୁରଭଞ୍ଜ, ଗଞ୍ଜାମ, ପୁରୀ ଓ ବାଲେଶ୍ୱର ଆଦି ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।