୧୦ ଜିଲ୍ଲା ପାଇଁ ସତର୍କ ଘଣ୍ଟି! ୨୪ ଘଣ୍ଟା ଭିତରେ ରାଜ୍ୟର ୧୦ ଜିଲ୍ଲାକୁ ବଜ୍ରପାତ ବିପଦ, ପୂର୍ବାନୁମାନ କରି ଏହି ସବୁ ଜିଲ୍ଲା ପାଇଁ ୱେଲୋ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

5,206

କନକ ବ୍ୟୁରୋ: ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ରାଜ୍ୟର ଉତ୍ତର ଆଭ୍ୟନ୍ତର ଠାରୁ ଆରମ୍ଭ କରି ଦକ୍ଷିଣ ଆଭ୍ୟନ୍ତର ଅଞ୍ଚଳରେ ଥିବା ୧୦ଟି ଜିଲ୍ଲରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବିଜୁଳି, ଘଡ଼ଘଡ଼ି ଓ କୁଆପଥର ବର୍ଷା ପବନର ସମ୍ଭାବନା ରହିଛି । ତେବେ, ଏଥିମଧ୍ୟରୁ ୧୦ଟି ଜିଲ୍ଲାରେ ଏହି ସମୟ ମଧ୍ୟରେ କାଳବୈଶାଖୀର ଅଧିକ ପ୍ରଭାବ ଦେଖିବାକୁ ମିଳିବାର ସମ୍ଭାବନା ରହିଛି। ତେଣୁ, ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ପାଣିପାଗ ବିଭାଗ ପକ୍ଷରୁ ରାଜ୍ୟର ଏହି ୧୦ଟି ଜିଲ୍ଲା ପାଇଁ ଆସନ୍ତାକାଲି ମଧ୍ୟାହ୍ନ ପର୍ଯ୍ୟନ୍ତ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଏହି ସମୟ ମଧ୍ୟରେ ରାଜ୍ୟର ଦକ୍ଷିଣ ଆଭ୍ୟନ୍ତର, ଉତ୍ତର ଆଭ୍ୟନ୍ତର ଓ ଉପକୂଳ ସମେତ କୋରାପୁଟ, ମାଲକାନଗିରି, ରାୟଗଡ଼ା, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ଗଜପତି, ଗଞ୍ଜାମ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର ବହୁ ସ୍ଥାନରେ କାଳବୈଶାଖୀର ପ୍ରଭାବ ଅନୁଭୂତ ହେବା ସହ ବିଜୁଳି, ଘଡ଼ଘଡ଼ି ଓ କୁଆପଥର ବର୍ଷାର ସମ୍ଭାବନା ରହିଛି ।

ବିଶେଷ ଭାବେ ଏହି ସମୟ ମଧ୍ୟରେ କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ବରଲେଶ୍ୱର ଓ ନୂଆପଡ଼ା ପ୍ରମୁଖ ୧୦ଟି ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ କାଳବୈଶାଖୀ ଜନିତ ପ୍ରବଳ ଘୂର୍ଣ୍ଣିଝଡ଼ ସହ ବିଜୁଳି, ଘଡ଼ଘଡ଼ି ଓ କୁଆପଥର ବର୍ଷା ପବନର ହେବାର ସମ୍ଭାବନା ରହିଛି ।