ରାତି ୧୧ଟା ସୁଦ୍ଧା ୨୪ଟି ଜିଲ୍ଲାରେ ଘଡ଼ଘଡ଼ି ସହ କାଳବୈଶାଖୀ ସମ୍ଭାବନା, ସତର୍କ ସୂଚନା ଜାରିକଲା ପାଣିପାଗ କେନ୍ଦ୍ର ।

1,702

କନକ ବ୍ୟୁରୋ: ରାଜ୍ୟର ୨୪ଟି ଜିଲ୍ଲାକୁ ଘଡଘଡି ସହ ବର୍ଷା ହେବା ନେଇ ଆଗୁଆ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ରାତି ୧୧ଟା ମଧ୍ୟରେ ରାଜ୍ୟର ୨୪ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ପୂର୍ବାନୁମାନ କରି ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏହାସହ କାଳବୈଶାଖୀର ଆଶଙ୍କା ରହିଥିବା କହିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି- ନବରଙ୍ଗପୁର, ଗଜପତି, ଗଞ୍ଜାମ, କନ୍ଧମାଳ, ବଲାଙ୍ଗିର, ନୟାଗଡ଼, ଅନୁଗୁଳ, କେନ୍ଦୁଝର, ଢେଙ୍କାନାଳ, ମୟୁରଭଞ୍ଜ, ବାଲେଶ୍ୱର, ଯାଜପୁର, ଖୋର୍ଦ୍ଧା, ସୁନ୍ଦରଗଡ଼, ସମ୍ବଲପୁର, ବରଗଡ଼, ଝାରସୁଗୁଡ଼ା, କେରାପୁଟ, ବୌଦ୍ଧ, ଜଗତସିଂହପୁର, ନୂଆପଡ଼ା, ସୋନପୁର ଏବଂ କଟକ ଭଳି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।

alert all over odishaସେହିପରି ରାଜ୍ୟର କିଛି ସ୍ଥାନରେ ମଧ୍ୟ ବର୍ଷା ମଧ୍ୟ ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ମିଳିଛି । ଅନ୍ୟପଟେ ବଜ୍ରପାତ ବିପଦ ଥିବାରୁ ଏହି ସବୁ ଜିଲ୍ଲାର ଲୋକମାନଙ୍କୁ ଆଗୁଆ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଅନ୍ୟପଟେ ଆଜି ମଧ୍ୟ ରାଜ୍ୟ ବିଭିନ୍ନ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । କିନ୍ତୁ ଗତକାଲି ଭଳି ଆଜି ମଧ୍ୟ ରାଜ୍ୟର ୨୪ଟି ସ୍ଥାନରେ କାଳବୈଶାଖୀ ସହ ବର୍ଷାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ତରଫରୁ ସୂଚନା ମିଳିଛି ।