କନକ ବ୍ୟୁରୋ : ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଓଡ଼ିଶାରେ କୋହଲା ପାଗ ରହିବ। କାଁ ଭାଁ ସ୍ଥାନରେ ହାଲୁକା ବର୍ଷା ହୋଇପାରେ। ବିଶେଷକରି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ଅନୁଗୁଳର କେତେକ ସ୍ଥାନରେ ସ୍ବଳ୍ପ ବର୍ଷା ହେବାର ସମ୍ଭାବନା ରହିଛି। ଏହାବ୍ୟତୀତ ଉତ୍ତର ଓଡ଼ିଶା ସମେତ ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ଖୋର୍ଧା, ସୋନପୁର ଓ ବୌଦ୍ଧ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ। ନ ହେଲେ ଅନ୍ୟ ସ୍ଥାନଗୁଡ଼ିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ୩୦ ତାରିଖ ପୂର୍ବାହ୍ନ ସୁଦ୍ଧା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ଅନୁଗୁଳ, ଢେଙ୍କାନାଳ, ନୟାଗଡ଼ ଓ ଖୋର୍ଧା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବଜ୍ରପାତ ହେବାର ବି ଆଶଙ୍କା ରହିଛି।
Kanak News is now on WhatsApp
Join and get latest news updates delivered to you via WhatsApp
ତାହାକୁ ଦୃଷ୍ଟିରେ ରଖି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହ ୩୦ ଓ ୩୧ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସୋନପୁର, ବଲାଙ୍ଗୀର, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଭଦ୍ରକ, ଯାଜପୁର, କଟକ, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାର କେତେକ ସ୍ଥାନରେ ଘନ କୁହୁଡ଼ି ଲାଗିରହିବ। ଏହାଦ୍ବାରା ଜନଜୀବନ ପ୍ରଭାବିତ ହେବାର ବି ଆଶଙ୍କା ରହିଛି। ଏହାପର ଦୁଇ ଦିନ ଶୁଖିଲା ପାଗ ରହିବ ଏବଂ ଫେବ୍ରୁଆରି ୨ ତାରିଖରେ ଉପକୂଳ ଓଡ଼ିଶା ସମେତ ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼ ଓ ଅନୁଗୁଳ ଜିଲ୍ଲାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।