ରାଜ୍ୟରେ ବର୍ଷା ଓ ବଜ୍ରପାତ ଆଶଙ୍କା ! ମଧ୍ୟରାତ୍ରୀ ଭିତରେ ୮ଟି ଜିଲ୍ଲାକୁ ବଜ୍ରପାତ ନେଇ ସତର୍କ ସୂଚନା ଜାରିକଲା ପାଣିପାଗ କେନ୍ଦ୍ର ।

610

କନକ ବ୍ୟୁରୋ: ୮ ଜିଲ୍ଲାକୁ ବଜ୍ରପାତ ନେଇ ଆଗୁଆ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ରାତି ୮ଟାରୁ ୧୧ଟା ୪୫ ମିନିଟ୍ ମଧ୍ୟରେ ରାଜ୍ୟର ୮ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ପୂର୍ବାନୁମାନ କରି ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ତେବେ ଗଞ୍ଜାମ, ଗଜପତି, ନୟାଗଡ଼, ରାୟଗଡ଼ା, କନ୍ଧମାଳ, ବରଗଡ଼, ସମ୍ବଲପୁର ଓ ଝାରସୁଗୁଡ଼ା ଭଳି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ।

thunderstormସେପଟେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ମୁତାବକ ଓଡ଼ିଶାର କିଛି ସ୍ଥାନରେ ବର୍ଷା ମଧ୍ୟ ହୋଇପାରେ । ତେଣୁ ବଜ୍ରପାତ ବିପଦ ଥିବାରୁ ଏହି ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ କରାଯାଇଛି । ଏହାସହ ଏସଆରସିଙ୍କୁ ମଧ୍ୟ ପୂର୍ବରୁ ସୂଚିତ କରାଯାଇଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ସୂଚନା ଦେଇଛନ୍ତି ।