ଅଂଶୁଘାତ ନେଲା ଜୀବନ: ବାଲେଶ୍ୱରରେ ଜଣଙ୍କର ମୃତ୍ୟୁ ନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକଙ୍କ ସୂଚନା

199

କନକ ବ୍ୟୁରୋ: ରାଜ୍ୟରେ ଅଂଶୁଘାତରେ ଜଣଙ୍କର ମୃତ୍ୟୁ ହୋଇଥିବା ନେଇ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକଙ୍କ ସୂଚନା । ବାଲେଶ୍ୱରର ଜଣେ ବ୍ୟକ୍ତିଙ୍କର ଅଂଶୁଘାତରେ ମ୍ୟତ୍ୟୁ ହୋଇଛି । ଏନେଇ ସୂଚନା ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର । ତେବେ ବର୍ତମାନ ସୁଦ୍ଧା ଅଂଶୁଘାତ ଓ ଗ୍ରୀଷ୍ମ ପ୍ରବାହ ଜନିତ ଅସୁସ୍ଥତାରେ ପୀଡ଼ିତ ହୋଇ ୭୧ଜଣ ଡାକ୍ତରଖାନାରେ ଭର୍ତି ହୋଇଛନ୍ତି । ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୩୫ଜଣ ଆକ୍ରାନ୍ତ ହୋଇଥିବା ବେଳେ ମୟୂରଭଂଜ ଓ ଅନୁଗୁଳରୁ ୭ଜଣ ଲେଖାଏଁ ଅଂଶୁଘାତ ଜନିତ ସମସ୍ୟା ନେଇ ଡାକ୍ତରଖାନାରେ ଭର୍ତି ହୋଇଛନ୍ତି ।