ଆଜି ଓଡ଼ିଶା ଆସୁଛନ୍ତି ବିଜେପିର ୩ ଫାୟାର ବ୍ରାଣ୍ଡ ନେତା । ଯୋଗୀ ଆଦିତ୍ୟନାଥ, ଜେପି ନଡ୍ଡା ଓ ହିମନ୍ତ ବିଶ୍ୱଶର୍ମାଙ୍କ ଗସ୍ତକୁ ନେଇ ଉତ୍ସାହିତ ବିଜେପି କର୍ମୀ ।

170

କନକବ୍ୟୁରୋ : ରାଜ୍ୟରେ ଆଉ ଦୁଇଟି ପର୍ଯ୍ୟାୟ ନିର୍ବାଚନ ବାକି ରହିଛି । ତୃତୀୟ ପର୍ଯ୍ୟାୟ ନିର୍ବାଚନ ୨୫ ତାରିଖରେ ହେବାକୁ ଥିବା ବେଳେ ୬ଟି ଲୋକସଭା ଓ ଏହା ଅଧୀନରେ ଆସୁଥିବା ୪୨ଟି ବିଧାନସଭା ଆସନରେ ପଡ଼ିବ ଭୋଟ । ଏଥିପାଇଁ ଆଜି ସରୁଛି ପ୍ରଚାର । ସେପଟେ ବିଜେପି ତୁଙ୍ଗ ନେତାଙ୍କ ତୁଫାନୀ ପ୍ରଚାର ଜାରି ରହିଛି । ଆଜି ଓଡ଼ିଶା ଆସୁଛନ୍ତି ବିଜେପିର ୩ ଜଣ ହେଭିୱେଟ । ବିଭିନ୍ନ ସ୍ଥାନରେ ପ୍ରଚାର କରିବେ ଉତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା । ଯୋଗୀ ଆଦିତ୍ୟନାଥ ଆଜି ମାହାଙ୍ଗାରେ ଜନସଭାକୁ ସମ୍ବୋଧିତ କରିବେ । ବିଜେପି ପ୍ରାର୍ଥୀ ସୁମନ୍ତ ଘଡ଼ାଇଙ୍କ ପାଇଁ ଭୋଟ ଭିକ୍ଷା କରିବେ । ଯୋଗୀଙ୍କ ସଭା ପାଇଁ ନିଶ୍ଚିନ୍ତକୋଇଲି ବ୍ଲକ କୁଳିଆ ପଡ଼ିଆରେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ସେହିପରି ଜେପି ନଡ୍ଡା କରଂଜିଆ, ଧାମନଗର, ବଡ଼ଚଣା ଓ ବାଲିକୁଦାରେ ଜନସଭା କରିବାର କାର୍ଯ୍ୟକ୍ରମ ରହିଛି । ଆସାମ ମୁକ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ମଧ୍ୟ ସମ୍ବଲପୁର, ଦେବଗଡ଼, ଚମ୍ପୁଆ ଓ ବଡ଼ମ୍ବାରେ ପ୍ରଚାର କରିବେ ।