କନକ ବ୍ୟୁରୋ : ବାହାନଗାରେ ଟ୍ରେନ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଯାତ୍ରୀଙ୍କ ପରିବାରକୁ ଅନୁକମ୍ପାମୂଳକ ସହାୟତା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟମନ୍ତ୍ରୀ । ଏସବୁ ଭିତରେ ବାହାନଗା ଟ୍ରେନ ଦୁର୍ଘଟଣାରେ ଏ ପର୍ଯ୍ୟନ୍ତ ଚିହ୍ନଟ ହୋଇଥିବା ଓଡିଶାର ୩୯ ଜଣ ମୃତକଙ୍କ ପାଇଁ ୧.୯୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ପ୍ରଦାନ କରାଯାଉଛି ।
ମୃତକଙ୍କ ମଧ୍ୟରେ ଭଦ୍ରକର ୮ଜଣ, ଯାଜପୁରର ୨ଜଣ, ବାଲେଶ୍ୱରର ୧୪ଜଣ, ମୟୁରଭଞ୍ଜର ୯ଜଣ, ଖୋର୍ଦ୍ଧାର ୨ଜଣ, କଟକର ୩ଜଣ ଓ କେନ୍ଦୁଝରର ଜଣେ ବ୍ୟକ୍ତି ଅଛନ୍ତି। ମୃତକମାନଙ୍କର ନିକଟତମ ଆତ୍ମୀୟଙ୍କୁ ୫ ଲକ୍ଷ ଟଙ୍କା ଲେଖାଏ ସହାୟତା ପ୍ରଦାନ କରାଯାଉଛି । ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀ ପୂର୍ବରୁ ଓଡିଶାର ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୫ ଲକ୍ଷ ଟଙ୍କା ଲେଖାଏ ସହାୟତା ପ୍ରଦାନ କରାଯିବ ବୋଲି ଘୋଷଣା କରିଥିଲେ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2023/06/Fxryh56WwAEgh0j.jpg)