ବୁଲା କୁକୁର କାମୁଡାରେ ମୃତ ଶିଶୁ ପରିବାରକୁ ମିଳିବ ୧୦ ଲକ୍ଷ ଟଙ୍କା । ୧୦ ଲକ୍ଷ କ୍ଷତିପୂରଣ ଦେବାକୁ ପୁରୀ ପୌରପାଳିକାଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ।

Advertisment
ବୁଲା କୁକୁର କାମୁଡାରେ ମୃତ ଶିଶୁ ପରିବାରକୁ ମିଳିବ ୧୦ ଲକ୍ଷ ଟଙ୍କା । ୧୦ ଲକ୍ଷ କ୍ଷତିପୂରଣ ଦେବାକୁ ପୁରୀ ପୌରପାଳିକାଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ।

କନକ ବ୍ୟୁରୋ: କୁକୁର କାମୁଡ଼ାରେ ଶିଶୁ ମୃତ୍ୟୁ ଘଟଣା, କ୍ଷତିପୂରଣ ଦେବ ପୁରୀ ପୌରପରିଷଦ । ୨୦୧୬ରେ ପୁରୀରେ ୪ ବର୍ଷ ଶିଶୁର କୁକୁର କାମୁଡ଼ାରେ ମୃତ୍ୟୁ ହୋଇଥିଲା । ଏହି ଘଟଣାରେ ଶିଶୁର ପରିବାରକୁ କ୍ଷତିପୁରଣ ପାଇଁ ପୁରୀ ପୌରପରିଷଦକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।

ପୁରୀ କୁମ୍ଭାରପଡା ଥାନା ଅନ୍ତର୍ଗତ ଜଗନ୍ନାଥ କଲୋନୀରେ କୁନି ପୁଅଟି ଖେଳୁଥିବା ବେଳେ ୪ଟି ବୁଲା କୁକୁର ତାକୁ ଝୁଣି ପକାଇଥିଲେ । ଶିଶୁଟିକୁ ଘୋଷାଡି ଘୋଷାଡି ଏକ ବୁଦା ମୂଳକୁ ନେଇ ଯାଇଥିଲେ । ତେବେ ଘଟଣାଟି ଏତେ ଭୟଙ୍କର ଥିଲା ଯେ ଘଟଣାସ୍ଥଳରେ ଶିଶୁଟିର ମୃତ୍ୟୁ ହୋଇଥିଲା । ଏନେଇ ସେତେବେଳେ ହାଇକୋର୍ଟରେ ଏକ ମାମଲା ରୁଜୁ ହୋଇଥିଲା । ଏହି ମାମଲାରେ ପୁରୀ ପୌରପରିଷଦ ପକ୍ଷରୁ ସତ୍ୟପାଠ ଦାଖଲ କରାଯାଇଥିଲା । କୁକୁର ବନ୍ଧ୍ୟାକରଣ ପାଇଁ କଣ ବ୍ୟବସ୍ଥା କରାଯାଇଛି, ସେନେଇ ସତ୍ୟପାଠରେ ଦର୍ଶାଯାଇଥିଲା । ଏହାସହ ବୁଲା କୁକୁର କାମୁଡାରେ କାହାରି ମୃତ୍ୟୁ ହେଲେ କ୍ଷତିପୂରଣ ଦେବା ପାଇଁ ମ୍ୟୁନିସିପାଲଟି ଆକ୍ଟରେ କୌଣସି ବ୍ୟବସ୍ଥା ନଥିବା ସତ୍ୟପାଠରେ ଦର୍ଶାଇଥିଲା ପୁରୀ ପୌରପରିଷଦ । ଏହି ସତ୍ୟପାଠକୁ ନେଇ ହାଇକୋର୍ଟ ଅସନ୍ତୋଷ ପ୍ରକାଶ କରି ଆଜି ଗୁରୁତ୍ୱପୂର୍ଣ୍ଣ ଶୁଣାଣି କରିଛନ୍ତି ।

ମୃତ ଶିଶୁର ପରିବାରକୁ ୧୦ ଲକ୍ଷ ଟଙ୍କାର କ୍ଷତିପୂରଣ ଦେବାକୁ ପୌର ପରିଷଦକୁ ନିର୍ଦେଶ ଦେଇଛନ୍ତି । ବିଭୁତି ମହାନ୍ତି ନାମକ ବ୍ୟକ୍ତି ଆବେଦନ କରିଥିବା ବେଳେ ଆଇନ୍ଜୀବୀ ରାଜକିଶୋର ସ୍ୱାଇଁ ଏହି ମାମଲାର ପରିଚାଳନା କରୁଥିଲେ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe