ଆଉ ୧୦ ମୁଣ୍ଡ ନେଲା କରୋନା । ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୭କୁ ବୃଦ୍ଧି । ଅଗଷ୍ଟ ଆରମ୍ଭରୁ ରାଜ୍ୟରେ କରୋନା ମିଟର ଉପରମୁହାଁ । ଗଞ୍ଜାମ ଜିଲ୍ଲାରେ ମୃତ୍ୟୁ ଓ ଆକ୍ରାନ୍ତଙ୍କ ସଂଖ୍ୟା ସର୍ବାଧିକ ।

300

ଆଜି ରାଜ୍ୟରେ ୧୬୦୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ କରୋନାରେ ଆଉ ୧୦ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୮୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଗଞ୍ଜାମରୁ ସର୍ବାଧିକ ୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ, ଖୋର୍ଦ୍ଧାରୁ ୩, ଗଜପତି ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ କରୋନା ସଂକ୍ରମତିଙ୍କ ମୃତ୍ୟୁ ହୋଇଛି ।

ଖୋର୍ଦ୍ଧା ଜିଲ୍ଲାର ଜଣେ ୪୦ ବର୍ଷ ବୟସ୍କ ପୁରୁଷଙ୍କର ମୃତ୍ୟୁ ଘଟିଛି, ଯିଏ ଅନିୟନ୍ତ୍ରିତ ଡାଇବେଟିସ୍ ରୋଗରେ ପୀଡ଼ିତ ଥିଲେ । ଭୁବନେଶ୍ୱରର ଜଣେ ୬୨ ବର୍ଷ ବୟସ୍କ ପୁରୁଷଙ୍କର ମୃତ୍ୟୁ ଘଟିଛି । ଭୁବନେଶ୍ୱରର ଜଣେ ୭୦ ବର୍ଷ ବୟସ୍କ ପୁରୁଷ ଅଛନ୍ତି, ଯିଏ ଅନିୟନ୍ତ୍ରିତ ଡାଇବେଟିସ୍ ରୋଗରେ ପୀଡ଼ିତ ଥିଲେ।

ସୁନ୍ଦରଗଡ଼ ଜିଲ୍ଲାର ଜଣେ ୫୬ ବର୍ଷ ବୟସ୍କ ପୁରୁଷଙ୍କର ମୃତ୍ୟୁ ଘଟିଛି, ଯିଏ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ କରୋନାରୀ ଧମନୀ ରୋଗରେ ମଧ୍ୟ ପୀଡ଼ିତ ଥିଲେ । ଗଜପତି ଜିଲ୍ଲାର ଜଣେ ୪୯ ବର୍ଷ ବୟସ୍କ ପୁରୁଷଙ୍କର ମୃତ୍ୟୁ ଘଟିଛି, ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡ଼ିତ ଥିଲେ । ସୂଚନାଯୋଗ୍ୟ, ଏବେ ରାଜ୍ୟରେ ମୋଟ୍ ୨୦,୫୧୭ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨,୭୩୭ ରହିଛି।